ଭୁବନେଶ୍ବର ୨ /୧୨: ରାଜ୍ୟରେ ୪୭ ହଜାର ୯୦୨ଟି ମୋବାଇଲ ଟାୱାର ଅଛି । ସେଥିରୁ ୧୨ ହଜାର ୬୦୨ଟି 5G ଟାୱାର ଅଛି । ଅଧିକ 5G ଟାୱାର ଅପଗ୍ରେଡ କରାଯାଉଛି । ଆସନ୍ତା ବର୍ଷ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ଇଣ୍ଟରନେଟ୍ ସେବା ପହଞ୍ଚିବ । ଇଣ୍ଟରନେଟ୍ ସମସ୍ୟା ଦୂର କରିବାକୁ ଏଡିଏମ୍ଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଗଠନ ହୋଇଛି । ଟାୱାର ବସାଇବାକୁ ଜମି ଅଧିଗ୍ରହଣ ନେଇ ଟାକ୍ସ ଫୋର୍ସ କାମ କରିବ ବୋଲି ଗୃହରେ ଉତ୍ତର ରଖିଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ । ପାହାଡିଆ ଅଞ୍ଚଳରେ ଟାୱାର ସଂଯୋଗୀକରଣ ହୋଇପାରିନି । କଂଗ୍ରେସ ବିଧାୟକ ନେତା ରାମଚନ୍ଦ୍ର କାଡାମଙ୍କ ତଥ୍ୟକୁ ସଠିକ କହିଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ । ମୋହନ ସରକାର ଆସିବା ପରେ ଏନେଇ ପଦକ୍ଷେପମାନ ନିଆଯାଉଛି । ଖୁବ ଶୀଘ୍ର ମୋବାଇଲ ଓ ଇଣ୍ଟରନେଟ୍ ସେବା ମିଳିବ ।
ଅଧା ରହିଗଲା ଦେଶ ସେବା କରିବାର ସ୍ୱପ୍ନ, ଚାକିରିରେ ଯୋ...