ମାଲକାନଗିରି ୧।୨: ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ପୋଲିସକୁ ମିଳିଲା ବଡ଼ ସଫଳତା । ସୁରକ୍ଷାକର୍ମୀଙ୍କ ଜୋରଦାର ଅପରେସନ ପରେ ଭୟଭୀତ ହୋଇ ୧୦ ଜଣ ମାଓବାଦୀ ପୋଲିସ ପାଖରେ ଆତ୍ମସମର୍ପଣ କରିଛନ୍ତି । ଏମାନେ ସମସ୍ତେ ହେଉଛନ୍ତି ଆନ୍ଧ୍ର ଓଡ଼ିଶା ବୋର୍ଡ଼ର ସ୍ପେଶାଲ ଜୋନାଲ କମିଟିର ସଦସ୍ୟ । ଏମାନଙ୍କ ମଧ୍ୟରୁ ୪ ଜଣଙ୍କ ମୁଣ୍ଡ ଉପରେ ପୂର୍ବରୁ ୧ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରାଯାଇଥିବା ବେଳେ ୬ ଜଣଙ୍କ ମୁଣ୍ଡ ଉପରେ ୫ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରାଯାଇଥିଲା । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ AOB ଡିଭିଜନର ସଦସ୍ୟ, CNM ସଭାପତି, DKMS ସଭାପତି, PLGA ସଦସ୍ୟ ଓ ଜନତାନା ସରକାର ସଦସ୍ୟ ଅଛନ୍ତି । ହେଲେ ଆତ୍ମସମର୍ପଣ ପରେ ଏମାନଙ୍କୁ ସରକାରଙ୍କ ନିୟମ ଅନୁସାରେ ଥଇଥାନ କରାଯିବ ବୋଲି ବିଜାପୁର ଏସ୍ପି କହିଛନ୍ତି ।
ମାଓ ମୁକ୍ତ ଭାରତ ଗଠନ ହେବା ଲାଗି ତାରିଖ ଘୋଷଣା ହେବା ପରେ ଛତିଶଗଡରେ ୨୦୨୪ ମସିହାରେ ୧୮୯ ଜଣ ମାଓବାଦୀ ଆତ୍ମସମର୍ପଣ କରିଥିବା ବେଳେ ୫୮ ଜଣ ମାଓବାଦୀ ସୁରକ୍ଷାକର୍ମୀଙ୍କ ଗୁଳିରେ ପ୍ରାଣ ହରାଇଛନ୍ତି ଓ ୫୦୩ ଜଣ ମାଓବାଦୀ ପୋଲିସ ହାତରେ ଗିରଫ ହେବା ପରେ ଧିରେ ଧିରେ ମାଓ ସଂଗଠନ ଦୁର୍ବଳ ହେବାରେ ଲାଗିଛି । ୨୦୨୫ ଜାନୁଆରୀ ମାସରେ ୨୩ ଜଣ ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା ବେଳେ ୪୬ ଜଣ ମାଓବାଦୀଙ୍କୁ ଗିରଫ କରାଯାଇଛି ଓ ୧୭ ଜଣ ମାଓବାଦୀ ଏନକାଉଣ୍ଟରରେ ନିହତ ହୋଇଛନ୍ତି ।
You Can Read:
ପୋଲିସ ବାବୁଙ୍କ ଦାୟିତ୍ବହୀନତା, ରାସ୍ତା ମଝିରେ ଷ୍ଟାର୍ଟରେ କାର୍ ରଖି ଶୋଇପଡ଼ିଲେ କନେଷ୍ଟବଲ