ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ମୁତୟନ ରହିବେ ୧୨ପ୍ଲାଟୁନ ପୋଲିସ ଫୋର୍ସ

Published By : Prameya-News7 Bureau | March 23, 2025 IST

ଭୁବନେଶ୍ବର ରାଷ୍ଟ୍ରପତି ମହାମହିମ ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଭୁବନେଶ୍ୱର ରାଜଭବନରେ ରହିବେ ରାଷ୍ଟ୍ରପତି । ବିମାନବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ମୋଟ୍ ୩ ଜଣ ଡିସିପି, ୨୪ ଏସିପି, ୨୮ ଆଇଆଇସି, ୧୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ସୋମବାର ଦିନ ୧ଟା ୩୦ମିନିଟ୍ରେ ଭୁବନେଶ୍ୱରରେ ପହଞ୍ଚିବେ ରାଷ୍ଟ୍ରପତି । 

ସୂଚନାଯୋଗ୍ୟ ଯେ, ରାଷ୍ଟ୍ରପତି ୨୪ ତାରିଖ ଦିନ ସାଢେ ୧ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ଗସ୍ତ କରିବେ । ସେଠାରେ ପୂଜାର୍ଚ୍ଚନା କରିବା ପରେ ଅନ୍ୟ କାର୍ଯ୍ୟକ୍ରମରେ ଯୋଗଦେବେ । ରାଷ୍ଟ୍ରପତି ଜଗନ୍ନାଥ ସଂସ୍କୃତିର ମୂଳପୀଠ ଭାପୁର ବ୍ଲକ ଅଧୀନ କାଳିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଶବର ରାଜା ବିଶ୍ବାବସୁ ଓ ଲଲିତାଙ୍କ ଜନ୍ମମାଟି ପରଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।

You Can Read:

ଯଦି ଓଡ଼ିଶାର ସ୍ୱାର୍ଥ କଥା ନଭାବି ରାଜନୈତିକ ରଙ୍ଗ ଦିଆଯିବ ତାହେଲେ ରାଜ୍ୟର କ୍ଷତି ହେବ : ଅମର ପଟ୍ଟନାୟକ

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.