ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ଅତ୍ୟାଧୁନିକ ପାଟ୍ରୋଲିଂ ଭ୍ୟାନ, ବଢିବ ରେଞ୍ଜ ଅଫିସରଙ୍କ ଦକ୍ଷତା

Published By : Prameya-News7 Bureau | October 17, 2024 IST

ଅନୁଗୁଳ ୧୭/୧୦: ଅନୁଗୁଳ ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ ଅତ୍ୟାଧୁନିକ ପାଟ୍ରୋଲିଂ ଭ୍ୟାନ । ଏହାସହ ବାଲୁଖଣ୍ଡ ଅଭୟାରଣ୍ୟ ଓ କପିଳାସ ଅଭୟାରଣ୍ୟକୁ ମଧ୍ୟ କେତେକ ପାଟ୍ରୋଲିଂ ଯାନ ପ୍ରଦାନ କରାଯାଇଛି । ଅଭୟାରଣ୍ୟର ରେଞ୍ଜ ଅଫିସ ଦକ୍ଷତା ବଢ଼ାଇବା ପାଇଁ ଦିଆଯାଇଛି ଏସବୁ ଅତ୍ୟାଧୁନିକ ପାଟ୍ରୋଲିଂ ଭେଇକିଲ୍ । 

ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ଏହି ପାଟ୍ରୋଲିଂ ଭ୍ୟାନ । ଏହି ପାଟ୍ରୋଲିଂ ଭ୍ୟାନରେ  GPS  navigation ସହ ବନ୍ୟପ୍ରାଣୀଙ୍କ ଉଦ୍ଧାର ପାଇଁ ମଧ୍ୟ ବ୍ୟବସ୍ଥା ରହିଛି । ଭୁବନେଶ୍ୱରସ୍ଥିତ ଭରତପୁର ଅଭୟାରଣ୍ୟ ନିକଟରେ ଏହି ପାଟ୍ରୋଲିଂ ଯାନର ଶୁଭାରମ୍ଭ କରିଛନ୍ତି ଜଙ୍ଗଲ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ସମେତ ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦ । ଆଗାମୀ ଦିନରେ ସମ୍ବଲପୁର ଦେବରିଗଡ ଅଭୟରଣ୍ୟ ରେ ମଧ୍ୟ ଗଡିବ ଅତ୍ୟୁଧୁନିକ ପେଟ୍ରୋଲିଂ van ଯୋଗେଇ ଦେବାନେଇ ନେଇ ବିଚାର ବମର୍ଷ ଚାଲିଛି।  

NTCA  ର tiger recovery ପ୍ଲାନ ଅନୁସାରେ ୧୨ ରୁ ୧୬ଟି ବାଘ ଆଣିବାକୁ ଯୋଜନା ହୋଇଛି । ଏନେଇ ବୈଷୟିକ approval ସରିଛି। ପ୍ରଥମ ପର୍ଯ୍ୟାୟରେ ଗୋଟିଏ  ଅଣ୍ଡିରା ଓ ଦୁଇଟି ମାଈ ବାଘ ଅଣାଯାଇ ବଂସ ବିସ୍ତାର ପାଇଁ ଯୋଜନ ଜରାଯାଇଛି। ଏ ନେଇ ସ୍ଥାନୀୟ ଜନ ପ୍ରତିନିଧି ଙ୍କ ସହମତି ଲୋଡ଼ାଯିବା।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.