ବାତ୍ୟା ବେଳେ ଜନ୍ମନେଲେ ୧୬୦୦ ପିଲା, ସମସ୍ତ ନବଜାତକ ଓ ମା’ ସୁସ୍ଥ

Published By : Prameya-News7 Bureau | October 25, 2024 IST

ଭୁବନେଶ୍ୱର ୨୫/୧୦: ଭୀଷଣ ବାତ୍ୟା ‘ଦାନା’ ଭିତରକନିକା ଓ ଧାମରା ମଧ୍ୟରେ ଛୁଇଁଛି ସ୍ଥଳଭାଗ । ତେବେ ବାତ୍ୟା ବେଳେ ରାଜ୍ୟରେ ଜନ୍ମ ନେଇଛନ୍ତି ପ୍ରାୟ ୧୬୦୦ ଛୁଆ । ରାତି ପ୍ରାୟ ୧୧ଟା ବେଳେ ଏସ୍‌ଆରସିଙ୍କ କାର୍ଯ୍ୟାଳୟରେ ଗଣମାଧ୍ୟମକୁ ବାତ୍ୟା ମୁକାବିଲା ସଂପର୍କିତ ସୂଚନା ଦେବା ବେଳେ ଏଭଳି କିଛି ତଥ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। 

ବାତ୍ୟା ସମୟରେ ରାଜ୍ୟରେ ଜନ୍ମନେଲେ ୧୬୦୦ ନବଜାତ ଶିଶୁ। ସମସ୍ତ ନବଜାତକ ଓ ମା ମାନେ ସୁସ୍ଥ ଥିବା ଜଣାପଡିଛି। ଏସଆରସିଙ୍କ କାର୍ଯ୍ୟାଳୟରେ ଗଣମାଧ୍ୟମକୁ ବାତ୍ୟା ମୁକାବିଲା ସଂପର୍କିତ ସୂଚନା ଦେବା ସମୟରେ ଏଭଳି କିଛି ତଥ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବାତ୍ୟା ପୂର୍ବରୁ ଗର୍ଭବତୀ ଓ ପ୍ରସୂତୀ ମାନଙ୍କୁ ମେଡ଼ିକାଲକୁ ଅଣାଯାଇଥିବା ବେଳେ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଭିନ୍ନ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। 

ବାତ୍ୟା ସମୟରେ ପିଲା ଭଲରେ ଭଲରେ ଜନ୍ମ ହୋଇଥିବାରୁ ବେଶ ଖୁସି ଅଛନ୍ତି ପରିବାର ଲୋକେ। ଏନେଇ ସରକାରଙ୍କୁ ବିଭିନ୍ନ ପରିବାର ପକ୍ଷରୁ ଧନ୍ୟବାଦ ଦିଆଯାଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବାତ୍ୟାକୁ ଦୃଷ୍ଟିରେ ରଖି ଏଯାବତ ୫ ଲକ୍ଷ ୮୪ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିଲା । ମୋଟ ପ୍ରାୟ ୬ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତରଣ କରାଯାଇଥିଲା ।  ୮୩୮୨ଟି ବାତ୍ୟା ଆଶ୍ରୟସ୍ଥଳୀରେ ଲୋକମାନଙ୍କୁ ରଖାଯାଇଛି। 

ବାଲେଶ୍ୱର ଜିଲ୍ଲାରେ ସର୍ବାଧିକ ୧.୭୨ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ମୟୂରଭଂଜ ଜିଲ୍ଲାରେ ଲକ୍ଷେ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବା ବେଳେ ଭଦ୍ରକରେ ୭୫ ହଜାର, ଯାଜପୁରରେ ୬୦ ହଜାର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ୪୬ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି।  ମୋଟ ୪୪୨୧ ଆସନ୍ନ ପ୍ରସବାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ପ୍ରାୟ ୧୬ଶହ ଗର୍ଭବତୀ ପ୍ରସବ କରିସାରିଛନ୍ତି।


  • Cyclone Dana
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.