Cyclone Dana: ମାଆ ଗୃହରେ ୧୬୦୦ ମହିଳା ସନ୍ତାନ ଜନ୍ମ ଦେଇଛନ୍ତି, ମୁଖ୍ୟମନ୍ତ୍ରୀ କହିଲେ-ସମସ୍ତେ ସୁସ୍ଥ ଏବଂ ସୁରକ୍ଷିତ

Published By : Prameya-News7 Bureau | October 25, 2024 IST

ଭୁବନେଶ୍ୱର: ଆଉ କେଇ ଘଣ୍ଟା ପରେ ସ୍ଥଳଭାଗ ଛୁଇଁବ ସାମୁଦ୍ରିକ ଝଡ଼ ଦାନା । ପାରାଦୀପଠାରୁ ବାତ୍ୟା ଦାନା ୫୦ କିଲୋମିଟର ଦୂରରେ ରହିଛି । ଗୁରୁବାର ରାତି ଗୋଟାଏରୁ ୨ଟା ମଧ୍ୟରେ ଭିତରକନିକା ଅଭୟାରଣ୍ୟରେ ଲ୍ୟାଣ୍ଡଫଲ୍ କରିପାରେ । ଏହାରି ଭିତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାତ୍ୟା ମୁକାବିଲା ପ୍ରସ୍ତୁତିର ଚୂଡାନ୍ତ ସମୀକ୍ଷା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସାମ୍ୱାଦିକ ସମ୍ମିଳନୀ କରି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, 'ବାତ୍ୟା ପ୍ରଭାବିତ ହେବାକୁ ଜିଲ୍ଲାଗୁଡ଼ିକର ମାଆ ଗୃହରେ ୪୪୩୧ ଗର୍ଭବତୀ ମହିଳାମାନଙ୍କୁ ରଖାଯାଇଛି । ୧୬୦୦ ମହିଳା ସନ୍ତାନ ଜନ୍ମ ଦେଇଛନ୍ତି । ଉଭୟ ମାଆ ଏବଂ ପିଲା ସୁସ୍ଥ ଅଛନ୍ତି ।' ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, 'ବାଲେଶ୍ୱର ଜିଲ୍ଲା ସବୁଠୁ ଅଧିକ ପ୍ରଭାବିତ ହେବାର ସମ୍ଭାବନା ରହିଛି । ତେଣୁ ସେଠାରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । ଦ୍ୱିତୀୟରେ ମୟୂରଭଞ୍ଜ ଜିଲ୍ଲାରୁ ଲକ୍ଷେ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । ଭଦ୍ରକରୁ ୭୫ ହଜାର, ଯାଜପୁରରୁ ୬୦ ହଜାର ଏବଂ କେନ୍ଦ୍ରାପଡ଼ାରୁ ୪୬ ହଜାରରୁ ଅଧିକ ଲୋକଙ୍କୁ ସ୍ଥାନନ୍ତର କରାଯାଇଛି ।'

  • Cyclone Dana
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.