ରାଜ୍ୟରେ ୧୭ ହଜାରରୁ ଅଧିକ ଶିକ୍ଷକ ପଦବୀ ଖାଲି ପଡିଛି, ଗୃହରେ ଉତ୍ତର ରଖିଲେ ଗଣଶିକ୍ଷାମନ୍ତ୍ରୀ

Published By : Prameya-News7 Bureau | July 26, 2024 IST

ଭୁବନେଶ୍ବର ୨୬/୭: ରାଜ୍ୟରେ ୧୭ ହଜାରରୁ ଅଧିକ ଶିକ୍ଷକ ପଦବୀ ଖାଲି ପଡିଛି ।ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମୋଟ୍‌ ୧୭ ହଜାର ୭୬୧ ପଦବୀ ଖାଲି ଅଛି । ଏ ନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ୧୬ ହଜାର ୫୧୯  ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଶିକ୍ଷକ ପଦସୃଷ୍ଟି କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି । ବିଭିନ୍ନ ସ୍କୁଲର ନିଜସ୍ବ ଜମି ନଥିବା କଥା ମୁଖ୍ୟମନ୍ତ୍ରୀ ଅବଗତ ଅଛନ୍ତି । ମୁଖ୍ୟମନ୍ତ୍ରୀ ଓ ରାଜସ୍ବ ମନ୍ତ୍ରୀ ଏ ସଂପର୍କରେ ଆଲୋଚନା କରିଥିବା ଗୃହରେ ଉତ୍ତର ରଖିଛନ୍ତି ମନ୍ତ୍ରୀ ।

ସେହିପରି ରାଜ୍ୟରେ ୬୧୦ ବର୍ଗର ଅନୁଦାନପ୍ରାପ୍ତ ହାଇସ୍କୁଲ ରହିଛି । ପ୍ରତି ପଞ୍ଚାୟତରେ ଥିବା ସ୍କୁଲଗୁଡିକ ଶିକ୍ଷକ ଅଭାବରୁ ବନ୍ଦ ହୋଇଯାଇଛି । ସେଗୁଡିକ କିପରି ପୁଣି ଥରେ ଖୋଲାଯାଇପାରିବ ସେଥିପ୍ରତି କି ପଦକ୍ଷେପ ନେଇଛନ୍ତି ବୋଲି ପ୍ରଶ୍ନ କରିଥିଲେ ବିଜେଡି ବିଧାୟକ ବଦ୍ରି ପାତ୍ର । ଏହାର ଉତ୍ତରରେ ଗଣଶିକ୍ଷା ମନ୍ତ୍ରୀ କହିଥିଲେ ସେଥିପ୍ରତି ଦୃଷ୍ଟି ଦେବୁ ।  

  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.