୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ, ବିକାଶର ରୋଡ୍‌ମ୍ୟାପ୍‌ ନେଇ ଆଲୋଚନା

Published By : Prameya-News7 Bureau | September 27, 2024 IST

ଭୁବନେଶ୍ବର ୨୭/୯: ନୂଆ ସରକାରରେ ପ୍ରଥମ ଥର ଜିଲ୍ଲାପାଳଙ୍କ ସହ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଅଭିଭାଷଣ ରଖି କହିଛନ୍ତି ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ବ । ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଉଛନ୍ତି ଜିଲ୍ଲାପାଳ । ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲ୍ଲାପାଳ । ଜିଲ୍ଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟା ସମାଧାନ ହୁଏ । ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲ୍ଲାପାଳଙ୍କ ହାତରେ । ଦୁର୍ନୀତି ନେଇ ଶୂନ୍ୟ ସହନଶୀଳତା ଅବଲମ୍ବନ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।


ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟ ପରିଦର୍ଶନ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେବା ସହ ଯଦି କିଛି ଅନିୟମିତତା ହେଉଛି ତାହା ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେହିପରି ଗଣମାଧ୍ୟମ, ସୋସିଆଲ ମିଡିଆରେ ଆସୁଥିବା ଅଭିଯୋଗ ବାବଦରେ ଅନୁଧ୍ୟାନ କରି କାର୍ଯ୍ୟାନୁଷ୍ଠାନ ନେବାକୁ ବି ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ରାଜ୍ୟରେ ପ୍ରାଥମିକ ଶିକ୍ଷା ବିପର୍ଯ୍ୟସ୍ତ ଅବସ୍ଥାରେ ଅଛି । ୨ ଦଶନ୍ଧି ଧରି ଲାଗି ରହିଛି ଏହି ଅବହେଳା । 5T ନାଁରେ ରଙ୍ଗମରା କାମ ଚାଲିଥିଲା ।  ଭିତ୍ତିଭୂମି ବିକାଶକୁ ଗୁରୁତ୍ବ ଦିଆଗଲା ନାହିଁ । ଏଥିପାଇଁ ପିଲାମାନେ ମିଶାଣ ଫେଡ଼ାଣ ଜାଣୁ ନାହାନ୍ତି । ସେହିପରି ପୂର୍ବ ସରକାର ସମୟରେ ଥାନାର ସଂଜ୍ଞା ରଖି ମୁଖ୍ୟମନ୍ତ୍ରୀ  କହିଛନ୍ତି ନିର୍ବାଚନରେ ମୋ ପ୍ରତି ଦୁର୍ବବ୍ୟହାର ହୋଇଥିଲା । ଅଭିଯୋଗ ପାଇଁ ଥାନାକୁ ଯାଇଥିଲି, IIC ଶୁଣିନଥିଲେ । କାହା ଚାପରେ ଅସମ୍ମାନ କଲେ ବୋଲି ପ୍ରଶ୍ନ କରିଛନ୍ତି CM  । ଶୁକ୍ରବାର ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ନେଇ ବୈଠକ କରିବା ପରେ ଶନିବାର ସମସ୍ତ ଜିଲ୍ଲାର ଏସପି ମାନଙ୍କ ସହ ବୈଠକ କରିବେ ମୁଖ୍ୟମନ୍ତ୍ରୀ ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.