ବିଦ୍ୟୁତ ଖୁଣ୍ଟରେ ପିଟି ହୋଇ ଓଲଟିଲା OSRTC ବସ୍, ଗାଡିରେ ଥିଲେ ୫୦ରୁ ଅଧିକ ଯାତ୍ରୀ

Published By : Prameya-News7 Bureau | February 22, 2025 IST

ବଣାଇ ୨୨।୦୨ : ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନା ରାଜ୍ୟ ରାଜପଥ ମୁଚୁରୀନାଳୀ ଗାଁରେ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା OSRTC ବସ୍‌ । ଯେଉଁଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । 

ସୁନ୍ଦରଗଡ଼ରୁ ପ୍ରାୟ ୫୦ରୁ ଅଧିକ ଲୋକ ପୁରୀ ଯାଉଥିବା OSRTC ଜଗନ୍ନାଥରେ ଯାତ୍ରା କରୁଥିଲେ । ଶୁକ୍ରବାର ବିଳମ୍ବିତ ରାତି ପ୍ରାୟ ୧୨ ଟା ୩୦ ସମୟରେ ଲହୁଣୀପଡ଼ା ଥାନା ମୁଚୁରୀନାଳୀ ଗାଁ ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଏକ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଥିଲା । ଯାହାଫଳରେ ବସ୍‌ଟି ରାସ୍ତାତଳକୁ ଖସିପଡିଥିଲା । ତେବେ ଏହି ଦୁର୍ଘଟଣାରେ ବସ୍‌ରେ ଥିବା ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ । ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ପ୍ରଥମ ବଣାଇ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ପ୍ରାଥମିକ ଚିକିତ୍ସା ପରେ କିଛି ଗୁରୁତର ଯାତ୍ରୀଙ୍କୁ ରାଉରକେଲା ସରକାରୀ ଚିକିତ୍ସାଳୟକୁ ପଠାଯାଇଛି । 

ସେପଟେ ଦୁର୍ଘଟଣା ପରେ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ବେଲେ ଅନ୍ୟ ଯାତ୍ରୀଙ୍କୁ ଅଲଗା ବସ୍‌ ଯୋଗେ ନିଜ ନିଜ ଗନ୍ତବ୍ୟସ୍ଥଳକୁ ପଠାଇଛି । 

  • prameyanews7
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.