ଭୁବନେଶ୍ବର ୧୬।୩: ଗୁଜରାଟ ମଡେଲରେ ଓଡ଼ିଶାରେ ନିର୍ମିତ ହେବ ପୋଷଣ କେନ୍ଦ୍ର । ଏଭଳି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ପୋଷଣ କେନ୍ଦ୍ର ଜରିଆରେ ଗରିବ ଓ ମଧ୍ୟବିତ୍ତଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇବେ ସରକାର । ପୋଷଣ କେନ୍ଦ୍ରରେ ମିଳିବ ଡାଲି, ଅଟା, ତେଲ ଓ ଚାଉଳ ଭଳି ଅତ୍ୟାବଶ୍ୟକ ସାମଗ୍ରୀ । ଏହାର ଲାଭ ଉଠାଇବା ପାଇଁ ହିତାଧିକାରୀଙ୍କୁ ମିଳିବ ସ୍ୱତନ୍ତ୍ର କାର୍ଡ ।
ଏଥିପାଇଁ କେନ୍ଦ୍ର ଓ ରାଜ୍ୟ ସବସିଡି ଦେବେ, ଏଥିପାଇଁ ଆଲୋଚନା ଚାଲିଛି । ପାଇଲଟ୍ ପ୍ରୋଜେକ୍ଟରେ ୩୫ଟି ପୋଷଣ କେନ୍ଦ୍ର ଖୋଲାଯିବ । ଏହା ସଫଳ ହେଲେ ପ୍ରତି ପଂଚାୟତରେ ଖୋଲିବ ପୋଷଣ କେନ୍ଦ୍ର । ଏଥିପାଇଁ ସରକାରୀ ଅଧିକାରୀଙ୍କୁ ପ୍ରାଥମିକ ପ୍ରଶିକ୍ଷଣ ଦିଆଯାଇସାରିଛି । ଅଧିକାରୀଙ୍କର ଏକ ସ୍ୱତନ୍ତ୍ର ଟିମ୍ ଗୁଜରାଟ ଯିବେ ବୋଲି ମନ୍ତ୍ରୀ କହିଛନ୍ତି ।
You Can Read:
ଦୁର୍ଘଟଣାଗ୍ରସ୍ତ ହେଲା ଅଙ୍ଗୁର ବୋଝେଇ ଟ୍ରକ୍, ଚାପି ହୋଇ ରହିଗଲେ ଡ୍ରାଇଭର ସମେତ ୨ ଜଣ