ରଥଯାତ୍ରା ଯାତ୍ରା ପାଇଁ ପୁରୀକୁ ଚାଲିବ ୩୧୫ଟି ସ୍ୱତନ୍ତ୍ର ଟ୍ରେନ୍

Published By : Prameya-News7 Bureau | June 28, 2024 IST

ପୁରୀ: ଚଳିତବର୍ଷ ରଥଯାତ୍ରା ଯାତ୍ରା ପାଇଁ ପୁରୀକୁ ଚାଲିବ ୩୧୫ଟି ସ୍ୱତନ୍ତ୍ର ଟ୍ରେନ୍। ଜୁଲାଇ ୬ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟ ତଥା ରାଜ୍ୟବାହାରୁ ସ୍ପେଶାଲ ଟ୍ରେନର ବ୍ୟବସ୍ଥା କରିଛି ରେଳ ମନ୍ତ୍ରଣାଳୟ। ଯାତ୍ରୀଙ୍କ ପାଇଁ ବିଭିନ୍ନ ସୁବିଧା ଯୋଗାଇଦେବା ଉପରେ ଗୁରୁତ୍ୱାରୋପ କରିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ୧୫ହଜାର ଯାତ୍ରୀଙ୍କ ପାଇଁ ପ୍ରସ୍ତୁତ ହେଉଛି ଓ୍ୱେଟିଂ ହଲ।

ଚଳିତବର୍ଷ ରଥଯାତ୍ରା ଯାତ୍ରା ପାଇଁ ପୁରୀକୁ ଚାଲିବ ୩୧୫ଟି ସ୍ୱତନ୍ତ୍ର ଟ୍ରେନ୍। ଜୁଲାଇ ୬ରୁ ୧୯ ତାରିଖ ପର୍ଯ୍ୟନ୍ତ ତୀର୍ଥଯାତ୍ରୀଙ୍କ ସୁବିଧାଜନକ ଯାତ୍ରା ପାଇଁ ପ୍ରଭୁ ଜଗନ୍ନାଥ ରଥ ଯାତ୍ରା ସମୟରେ ପୁରୀକୁ ଏବଂ ପୁରୀ ଠାରୁ ୩୧୫ଟ୍ରେନ୍ ଚଳାଚଳ କରାଇବାକୁ ଯୋଜନା କରିଛି ରେଳ ମନ୍ତ୍ରଣାଳୟ।

ଚଳିତ ବର୍ଷ ଜୁନାଗଡ଼ ରୋଡ, ସମ୍ବଲପୁର, କେନ୍ଦୁଝରଗଡ଼, ପାରାଦୀପ, ଭଦ୍ରକ, ଅନୁଗୋଳ, ଗୁଣୁପୁର, ବାଙ୍ଗିରିପୋସି ବ୍ୟତୀତ ନୂତନ ଭାବେ ବାଦାମପାହାଡ଼, ରାଉରକେଲା, ବାଲେଶ୍ବର, ସୋନପୁର ,ବଂ ଦଶପଲ୍ଲା ଠାରୁ ସ୍ୱତନ୍ତ୍ର ଟ୍ରେନ୍ ପୁରୀକୁ ଚଳାଚଳ କରିବ। 

ସେହିଭଳି ଛତିଶଗଡ଼ର ରାୟପୁର ଓ ଜଗଦଲପୁରରୁ ସ୍ବତନ୍ତ୍ର ଟ୍ରେନ୍ ବ୍ୟବସ୍ଥା କରାଯାଇଥିବା ବେଳେ ଆନ୍ଧ୍ର ପ୍ରଦେଶର ବିଶାଖାପାଟନମ୍ ଓ ପଲାସାରୁ ଏବଂ ପଶ୍ଚିମବଙ୍ଗରୁ ମଧ୍ୟ ପୁରୀକୁ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ। ରଥଯାତ୍ରା ସମୟରେ ଯାତ୍ରୀଙ୍କ ପାଇଁ ବିଭିନ୍ନ ସୁବିଧା ଯୋଗାଇଦେବା ଉପରେ ଗୁରୁତ୍ୱାରୋପ କରିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ୧୫ହଜାର ତୀର୍ଥଯାତ୍ରୀଙ୍କ ବିଶ୍ରାମ ପାଇଁ ତୀର୍ଥଯାତ୍ରୀ ଅପେକ୍ଷା କ୍ଷେତ୍ର ତଥା ଶେଡ୍‌ର ବ୍ୟବସ୍ଥା କରାଯାଉଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.