ଭୁବନେଶ୍ବର ୨୮/୧୦: ଖୁବ ଶୀଘ୍ର ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ଏ ନେଇ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସେ କହିଛନ୍ତି ଖୁବ ଶୀଘ୍ର ତୃତୀୟ ପର୍ଯ୍ୟାୟରେ ଟଙ୍କା ପଠାଯିବ । ଠିକଣା ସମୟରେ ଏହାର ତାରିଖ ଘୋଷଣା କରାଯିବ । ଏବେ ସୁଦ୍ଧା ୧ କୋଟି ୬୦ ହଜାର ଲୋକ ଆବେଦନ କରିସାରିଲେଣି । ଶେଷ ହିତାଧିକାରୀ ସୁଭଦ୍ରା ଟଙ୍କା ପାଇବା ଯାଏ ଏହି ପ୍ରକ୍ରିୟା ଚାଲିବ । ଏବେବି ଯାଞ୍ଚ ପ୍ରକ୍ରିୟା ଚାଲିଛି । ପ୍ରାୟ ୬୦ ଲକ୍ଷ ମହିଳା ସୁଭଦ୍ରା ଟଙ୍କା ପାଇସାରିଲେଣି । ଆହୁରି ୪୦ ଲକ୍ଷରୁ ଅଧିକ ଟଙ୍କା ଅପେକ୍ଷାରେ । ତୃତୀୟ ପର୍ଯ୍ୟାୟରେ ସେମାନଙ୍କ ଆକାଉଣ୍ଟକୁ ଟଙ୍କା ଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।