ଶ୍ରୀମନ୍ଦିର ପ୍ରଶାସନର କର୍ମଚାରୀଙ୍କ ପାଇଁ ୫ ସୂତ୍ରୀ ମାର୍ଗଦର୍ଶିକା, ଡ୍ୟୁଟି ସମୟରେ ପାନ-ଗୁଟଖା ମନା, ଶୁକ୍ରବାର ପିନ୍ଧିବେ ହସ୍ତତନ୍ତ ଲୁଗା

Published By : Prameya-News7 Bureau | January 16, 2025 IST

ପୁରୀ: ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟ ସମୀକ୍ଷା ଅବସରରେ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ପାଇଁ ୫ ସୂତ୍ରୀ କାର୍ଯ୍ୟାବଳୀ ଅନୁପାଳନ ସକାଶେ ପରାମର୍ଶ ଦେଇଛନ୍ତି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ଶ୍ରୀମନ୍ଦିର ପ୍ରଶାସନକୁ ଅଧିକ କ୍ରିୟାଶୀଳ ତଥା ଉତ୍ତରଦାୟୀ କରିବାକୁ ଏହି ପରାମର୍ଶ ତଥା ନିର୍ଦ୍ଦେଶାବଳୀ ପ୍ରଦାନ କରାଯାଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.ଅରବିନ୍ଦ ପାଢୀ କହିଛନ୍ତି । 

୧-  ଡ୍ୟୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନରେ କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟଖା କିମ୍ବା କୌଣସି ମାଦକ ଦ୍ରବ୍ୟ ସେବନ କରିବେ ନାହିଁ ।

୨-ପ୍ରତ୍ୟେକ ମାସ ତୃତୀୟ ଶୁକ୍ରବାରରେ ବରିଷ୍ଠ ଅଧିକାରୀଙ୍କ ସ୍ତରରେ କାର୍ଯ୍ୟ ସମୀକ୍ଷା କରାଯିବ ।

୩- ସମସ୍ତ ଅଧିକାରୀ ତଥା କର୍ମଚାରୀମାନେ ଜାନୁଆରୀ ୩୧ ତାରିଖ ସୁଦ୍ଧା ୨୦୨୪ ବର୍ଷ ପାଇଁ ବାଧ୍ୟତାମୂଳକ ଭାବେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ ।‌ ଏହା ଦାଖଲ ନକଲେ କୌଣସି Increment, ପଦୋନ୍ନତି, ପୁରସ୍କାର କିମ୍ବା କୌଣସି ଆର୍ଥିକ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ ନାହିଁ ।

୪- ପ୍ରତ୍ୟେକ ଶୁକ୍ରବାର ସମସ୍ତ ଅଧିକାରୀ ତଥା କର୍ମଚାରୀ ହସ୍ତତନ୍ତ ଲୁଗା ପିନ୍ଧି କାର୍ଯ୍ୟାଳୟ ଆସିବେ । ୟୁନିଫର୍ମ ପୋଷାକଧାରୀଙ୍କ ସକାଶେ ଏହା ଲାଗୁ ହେବ ନାହିଁ ।

୫- ଶ୍ରୀମନ୍ଦିର ମଧ୍ୟରେ ଅଧିକାରୀ ତଥା କର୍ମଚାରୀଙ୍କ ମୋବାଇଲ୍ ବ୍ୟବହାର ଉପରେ ମଧ୍ୟ କଟକଣା ଜାରି କରାଯାଇଛି । 


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.