ହିତାଧିକାରୀଙ୍କ ଖାତାକୁ ଆସିଲା 'ସୁଭଦ୍ରା' ଟଙ୍କା, ବାରିପଦା ସମାବେଶରେ ହେଲା ପ୍ରଦାନ

Published By : Prameya-News7 Bureau | October 09, 2024 IST

ଭୁବନେଶ୍ୱର ୦୯।୧୦ : ଖାତାକୁ ଆସିଲା ସୁଭଦ୍ରା ଟଙ୍କା। ବାରିପଦାରେ ଆୟୋଜିତ ସୁଭଦ୍ରା ସମାବେଶରେ ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ସହାୟତା ରାଶି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ୧୭୫୦ କୋଟି ଟଙ୍କା ପ୍ରଦାନ କରାଯାଇଛି।  

ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମ କିସ୍ତିର ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୨୫ ଲକ୍ଷ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା । ବୁଧବାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯାଇଛି। ଡିସେମ୍ବର ସୁଦ୍ଧା ୧ କୋଟିରୁ ଅଧିକ ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.