ଭୁବନେଶ୍ବର ୯/୧୨: ୩୦ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ । ଖୁବ ଶୀଘ୍ର ନିଯୁକ୍ତି ହେବେ ୫ ହଜାର ଡାକ୍ତର । ୩ହଜାର ପାରା ମେଡିକାଲ ଷ୍ଟାଫ । ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବଡ ଘୋଷଣା । ସେ କହିଛନ୍ତି ମେଡିକାଲ ନିଯୁକ୍ତି ପ୍ରକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନରେ ୨ଟି ସଂଶୋଧନ କରାଯାଇଛି। ଖୁବ ଶୀଘ୍ର ୫ହଜାର ଡାକ୍ତର ଓ ୩ ହଜାର ପାରା ମେଡିକାଲ ଷ୍ଟାଫ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ କରିବେ ରାଜ୍ୟ ସରକାର । ଏଥିପାଇଁ ପ୍ରକ୍ରିୟା ଚାଲିଛି । ୩୦ ଜିଲ୍ଲାରେ ମେଡିକାଲ କଲେଜ ଖୋଲିବାକୁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ । ୨୦୧୪ ପରଠୁ ଯେତେସବୁ ଶହେ ବେଡ୍ ବିଶିଷ୍ଟ ମେଡିକାଲ କଲେଜ ଖୋଲିଛି ସେଥିପାଇଁ ୨୫୦ରୁ ୩୦୦ କୋଟି ଖର୍ଚ୍ଚ ହେଉଛି । ଭଦ୍ରକ ଜିଲ୍ଲାରେ ଖୁବ ଶୀଘ୍ର ମେଡିକାଲ କଲେଜ ଖୋଲିବା ନେଇ ଗୃହରେ ଘୋଷଣା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ।
ବର୍ଷକୁ ବର୍ଷ ବଢୁଛି ଗୋ-ଚାଲାଣ ମାମଲା, ୫ ବର୍ଷରେ ରୁଜ...