ଯୋଗ୍ୟ ହିତାଧିକାରୀ ତାଲିକା ନଦେଇ ପାରିଲେନି, ଫେରିଗଲା ସାଢ଼େ ୬ ଲକ୍ଷ ପକ୍କା ଘର

Published By : Prameya-News7 Bureau | July 30, 2024 IST

ଭୁବନେଶ୍ବର ୩୦: ୨୦୧୬ ରୁ ୨୦୨୪ ମଧ୍ୟରେ ତତ୍କାଳୀନ ସରକାର ଯୋଗ୍ୟ ହିତାଧିକାରୀଙ୍କ ତାଲିକା ନଦେଇ ପାରିବାରୁ ୬ ଲକ୍ଷ ୫୬ ହଜାର ୯୪୫ ପକ୍କା ଘର ଫେରି ଯାଇଥିବା ବିଧାନସଭାରେ ଉତ୍ତର ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ।

ବିଜେପି ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନରେ ମନ୍ତ୍ରୀ ଉତ୍ତର ରଖିଛନ୍ତି, ୨୦୧୪ରୁ ବର୍ତ୍ତମାନ ସୁଦ୍ଧା ୩୬ ଲକ୍ଷ ୫୭ ହଜାର ୮୪୭ ପକ୍କା ଘର ନିର୍ମାଣ ଶେଷ ହୋଇଥିବା ବେଳେ ୫ ଲକ୍ଷ ୨୭ ହଜାର ୬୦୪ ଗୃହ ନିର୍ମାଣଧୀନ ରହିଛି । ଏହା ବାଦ ମଞ୍ଜୁର ହୋଇଥିବା ୩୨ ହଜାର ୯୧୩ ପକ୍କା ଘର କାର୍ଯ୍ୟ ଆରମ୍ଭ ହୋଇପାରି ନାହିଁ । 

ବର୍ତ୍ତମାନ ସୁଦ୍ଧା ଓଡିଶାକୁ ୪୨ ଲକ୍ଷ ୧୮ ହଜାର ୩୬୪ ପକ୍କା ଘର ଯୋଗାଇ ଦେଇଛନ୍ତି କେନ୍ଦ୍ର ସରକାର । ଏବେ ବି ୧ ଲକ୍ଷ ୨୬ ହଜାର ୭୧୯ ପରିବାର ଆବାସ ପାଇଁ ଆବେଦନ କରି ଅପେକ୍ଷାରେ ଅଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି ।

You Can Read:

ମା’ ଭଟ୍ଟାରିକା ମନ୍ଦିର ବେଢ଼ାକୁ ଛୁଇଁଲା ମହାନଦୀର ପ୍ରଥମ ବନ୍ୟାଜଳ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.