ଭୁବନେଶ୍ୱର ୧୮।୧୨: ଭୁବନେଶ୍ୱର ସ୍ଥିତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପରିସରରେ ଦୀର୍ଘ ୧୦୮ ଫୁଟର ବିଶାଳ ଜାତୀୟ ପତାକା ଲୋକାର୍ପିତ ହୋଇଛି । ଜିନ୍ଦଲ ସିଏସଆର ଫଣ୍ଡ ତଥା ଫ୍ଲାଗ ଫାଉଣ୍ଡେସନ ଅଫ ଇଣ୍ଡିଆ ତରଫରୁ ଏହି ଜାତୀୟ ପତାକା ବିଶ୍ୱବିଦ୍ୟାଳୟକୁ ପ୍ରଦାନ କରାଯାଇଛି । କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ବିଧାନସଭା ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ପତାକା ଉତ୍ତୋଳନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଶ୍ୱବିଦ୍ୟାଳୟ କୂଳପତି ପ୍ରଫେସର ଅପରାଜିତା ଚୌଧୁରୀଙ୍କ ସମେତ ଅନ୍ୟ ଅଧିକାରୀ, ପ୍ରଫେସର ଉପସ୍ଥିତ ଥିଲେ ।
You Can Read: