କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ : ୨୧ରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ପ୍ରବଳ ବର୍ଷିବ

Published By : Prameya-News7 Bureau | October 19, 2024 IST

ଭୁବନେଶ୍ବର ୧୯।୧୦: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଉପରି ଭାଗରେ ୫.୮ କି.ମି. ଯାଏଁ ବ୍ୟାପ୍ତ ଅଛି । ଆସନ୍ତା ୨୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହୋଇ ୨୩ ତାରିଖରେ ଅବପାତରେ ପରିଣତ ହେବ । ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୨ରୁ ସମୁଦ୍ର ଅଶାନ୍ତ ରହିବ । ୨୧ ସୁଦ୍ଧା ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟରୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି । ଅକ୍ଟୋବର ମାସ ବାତ୍ୟାକୁ ସୁହାଇଥାଏ । କିନ୍ତୁ ଏଯାଏଁ ବାତ୍ୟା ଉପରେ କୌଣସି ଆକଳନ କରାଯାଇନଥିବା ବେଳେ ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି ।

You Can Read:

କଂଗ୍ରେସ ସହିତ ନୁହେଁ ବିଜେପିରେ ମିଶିଯିବ ବିଜେଡ଼ି, ଯିଏ ଆସିବ ତାଙ୍କୁ ଆମେ ଗ୍ରହଣ କରିବୁ : ରବି ନାଏକ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.