ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା : ବିଦ୍ୟାଭାରତୀ ଏବଂ ତତ୍‌କାଳୀନ ଡିଏଫ୍‌ଓଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି

Published By : Prameya-News7 Bureau | July 31, 2023 IST

କଟକ ୩୧।୦୭ : ବହୁଚର୍ଚ୍ଚିତ ଏସିଏଫ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା । ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଓ ତତ୍କାଳୀନ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି । ଅଗଷ୍ଟ ୨୮ ପର୍ଯ୍ୟନ୍ତ ବଳବତ୍ତର ରହିବ ଅନ୍ତରୀଣ ସୁରକ୍ଷା  ।

ଖବର ଅନୁଯାୟୀ, ପାରଳାଖେମୁଣ୍ଡିର ପୂର୍ବତନ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା, ତତ୍‌କାଳୀନ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କ ବିରୋଧରେ ଜାମିନ ବୀହିନ ପରଓ୍ୱାନା ଜାରି କରିଥିଲେ । ଯାହାକୁ ଚ୍ୟାଲେଞ୍ଜ କରି  ହାଇକୋର୍ଟଙ୍କ ଦ୍ୱାରାସ୍ଥ ହୋଇଥିଲେ ପତ୍ନୀ ବିଦ୍ୟାଭାରତୀ, ତତ୍‌କାଳୀନ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା । ହାଇକୋର୍ଟ ଉକ୍ତ ମାମଲାରେ ଶୁଣାଣି କରି ଅଗଷ୍ଟ ୨୮ ପର୍ଯ୍ୟନ୍ତ ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ଏସିଏଫ୍‌ ସୌମ୍ୟରଂଜନ ମହାପାତ୍ରଙ୍କୁ ତାଙ୍କ ପାରଳାଖେମୁଣ୍ଡିସ୍ଥିତ ବାସଭବନରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ୨୦୨୧ ଜୁଲାଇ ୧୨ ତାରିଖରେ ଉଦ୍ଧାର କରାଯାଇଥିଲା । ଜୁଲାଇ ୧୩ରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।  ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ପତ୍ନୀ ବିଦ୍ୟାଭାରତୀ ବାଦ୍ ଦେଇ ଅନ୍ୟ ୨ ଜଣ ଅଭିଯୁକ୍ତଙ୍କୁ କ୍ଳିନଚିଟ୍ ଦେଇଥିଲା ।  ଏହାର ପ୍ରତିବାଦରେ ସୌମ୍ୟଙ୍କ ବାପା ଅଭିରାମ ମହାପାତ୍ର କୋର୍ଟଙ୍କ ଦ୍ବାରସ୍ଥ ହୋଇ ଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.