୩ ଦିନ ପରେ ରାଜ୍ୟରେ ବଢିବ ଶୀତ, ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବ ତାପମାତ୍ରା

Published By : Prameya-News7 Bureau | December 21, 2024 IST

ଭୁବନେଶ୍ବର ୨୧।୧୨: ଆସନ୍ତା ୨୪ ଘଣ୍ଟା ଯାଏଁ ଭିଜିବ ଉପକୂଳ ଓଡ଼ିଶା । କୋହଲା ପାଗ ସହ ଘନ କୁହୁଡି କରିବ କଲବଲ । ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର ।

ବର୍ଷା କମିବା ପରେ ଆକ୍ତାମାକ୍ତା କରିବ ଘନ କୁହୁଡି । ୨୩ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଜିଲ୍ଲାରେ ଘନ କୁହୁଡି ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ୫୦ ମିଟରରୁ କମ୍ ଦୃଶ୍ୟମାନ ଦୂରତା ରହିବ । ପଶ୍ଚିମା ଝଡ଼ ପ୍ରଭାବରେ ନୂଆ ବର୍ଷ ପର୍ଯ୍ୟନ୍ତ ମେଘୁଆ ପାଗ ରହିବା ସହ ୩ ଦିନ ପରେ ରାଜ୍ୟରେ ଶୀତ ବଢିବ । ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଦିନ ଏବଂ ରାତିର ତାପମାତ୍ରା କମିବ ବୋଲି ଆକଳନ କରାଯାଇଛି । ବର୍ଷା ପାଗ ପାଇଁ ବର୍ତ୍ତମାନ ରାଜ୍ୟରେ ଦିନର ତାପମାତ୍ରା ୪ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିଛି । 

ସେପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ପ୍ରଭାବରେ ଗତ ଦୁଇ ଦିନ ହେବ ରାଜ୍ୟରେ ଅସ୍ତବ୍ୟସ୍ତ କରିଛି ଲଗାଣ ବର୍ଷା । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି । ଏଭଳି ବର୍ଷା ଆହୁରି ୨୪ ଘଣ୍ଟା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଜଗତସିଂପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, ଝାରସୁଗୁଡ଼ା ଜିଲ୍ଲାରେ ବିଶେଷତଃ ବର୍ଷା ହେବ ।

You Can Read:

ଆହୁରି ୨୪ ଘଣ୍ଟା ଲାଗି ରହିବ ବର୍ଷା, ରବିବାରଠୁ କମିବ ବର୍ଷାର ପରିମାଣ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.