ଜିଲ୍ଲାପାଳଙ୍କ ବଡ଼ ଘୋଷଣା, ଜିଲ୍ଲାର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ ଛୁଟି

Published By : Prameya-News7 Bureau | September 26, 2024 IST

ପୁରୀ ୨୬।୦୯ : ପୁରୀରେ ସମସ୍ତ ସ୍କୁଲ୍‌ ଛୁଟି ଘୋଷଣା । ଜିଲ୍ଲାର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ ସିଦ୍ଧାର୍ଥ ଶେଖର ସ୍ୱାଇଁ ।  

ଖବର ଅନୁଯାୟୀ, ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ କିଛି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଏହିକ୍ରମରେ ପୁରୀ ଜିଲ୍ଲାରେ ବୁଧବାର ରାତିରୁ ପ୍ରବଳ ବର୍ଷା ଲାଗି ରହିଛି । ଯାହାକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି । ଜିଲ୍ଲାପାଳଙ୍କ ଘୋଷଣା ମୁତାବିକ ଜିଲ୍ଲାର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲକୁ ପ୍ରବଳ ବର୍ଷା ଲାଗି ଛୁଟି ଘୋଷଣା କରାଯାଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.