ଭୀଷଣ ବର୍ଷା ନେଇ ମୟୂରଭଞ୍ଜକୁ ରେଡ୍ ଓ୍ବାର୍ଣ୍ଣିଂ, ଜିଲ୍ଲାର ସବୁ ସ୍କୁଲ୍ ଛୁଟି ଘୋଷଣା

Published By : Prameya-News7 Bureau | September 13, 2024 IST

ବାରିପଦା ୧୩।୯: ଶନିବାର ମୟୂରଭଞ୍ଜରେ ସମସ୍ତ ସ୍କୁଲ୍‌ ଛୁଟି ଘୋଷଣା । ସବୁ ସରକାରୀ, ବେସରକାରୀ ସ୍କୁଲ୍‌ ଛୁଟି ରହିବ । ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି । 

ସମ୍ଭାବ୍ୟ ଲଘୁଚାପଜନିତ ବର୍ଷାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲ୍ଲାପାଳ ସମସ୍ତ ଅଙ୍ଗନବାଡି କେନ୍ଦ୍ର, ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆବଶ୍ୟକ ସ୍ଥଳେ ଉଦ୍ଧାର ଓ ସ୍ଥାନାନ୍ତର କାର୍ଯ୍ୟରେ ସହାୟତା ନିମନ୍ତେ ସମସ୍ତ ଅଗ୍ନିଶମ କେନ୍ଦ୍ର ପ୍ରସ୍ତୁତ ରହିବେ । ସମସ୍ତ ବିଡ଼ିଓ, ତହସିଲଦାର, ରାଜସ୍ବ ନିରୀକ୍ଷକ ଓ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାର ନିର୍ବାହୀ ଅଧିକାରୀଙ୍କୁ ବିପର୍ଯ୍ୟୟ ପ୍ରବଣ ଗ୍ରାମ ଓ ବାସସ୍ଥାନ ପାଇଁ ସ୍ଥାନାନ୍ତର ଯୋଜନା ପ୍ରସ୍ତୁତ କରିବା ପାଇଁ ଆଦେଶ ଦିଆଯାଇଛି । ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ଗୁଡ଼ିକରେ ପର୍ଯ୍ୟାପ୍ତ ଜଳ ଯୋଗାଣ, ଆଲୋକୀକରଣ, ପରିମଳ ବ୍ୟବସ୍ଥା ଏବଂ ମୌଳିକ ସୁବିଧା ଉପଲବ୍ଧ କରାଯିବ । ଶୁଖିଲା ଖାଦ୍ୟ ଓ ଶିଶୁ ଖାଦ୍ୟ ସମେତ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟ ସାମଗ୍ରୀ ମହଜୁଦ ରଖିବା ପାଇଁ ବ୍ୟବସ୍ଥା କରାଯିବ । ପ୍ରଭାବିତ ଅଞ୍ଚଳଗୁଡିକରେ ନିରାପଦ ପାନୀୟ ଜଳ, ଔଷଧ, ଗୋଖାଦ୍ୟ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ସୁନିଶ୍ଚିତ କରାଯିବା ପାଇଁ ଆଦେଶ ଦିଆଯାଇଛି । ବୈଠକରେ ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରିବା ଏବଂ ଉଦ୍ଧାର କାର୍ଯ୍ୟରେ ପିଆରଆଇ ସଦସ୍ୟ, ସ୍ୱେଚ୍ଛାସେବୀ ଏବଂ ଗୋଷ୍ଠୀ ସ୍ୱେଚ୍ଛାସେବୀଙ୍କୁ ସାମିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହିତ କୌଣସି ଜରୁରୀକାଳୀନ ଅଧିକାରୀ ଏବଂ କର୍ମଚାରୀଙ୍କୁ କାର୍ଯ୍ୟ ମୁଖ୍ୟାଳୟ ନ ଛାଡ଼ିବା ପାଇଁ ମଧ୍ୟ ଜିଲ୍ଲାପାଳ ଆଦେଶ ଦେଇଛନ୍ତି ।

You Can Read:

ସେକେଣ୍ଡ ମ୍ୟାରେଜ ନାଁରେ ମାଟ୍ରିମୋନିଆଲ ଆକାଉଣ୍ଟ, ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଓ ଅଶ୍ଳୀଳ ସ୍କ୍ରିନସର୍ଟ ରଖି ବ୍ଲାକମେଲିଂ

 

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.