ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଅଭିଯୋଗ, ୬ ଗୁରୁତର ମେଡ଼ିକାଲରେ ଭର୍ତ୍ତି

Published By : Prameya-News7 Bureau | November 01, 2024 IST

ଦାରିଙ୍ଗବାଡି ୧।୧୧: ଆମ୍ବ ଟାକୁଆ ହେଲା କାଳ । ଆମ୍ବ ଟାକୁଆ ଯାଉ ଖାଇ ଦୁଇ ଜଣଙ୍କ ଜୀବନ ଯାଇଥିବା ଅଭିଯୋଗ ହୋଇଛି । କନ୍ଧମାଳ ଜିଲ୍ଲା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗାଁରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଅନ୍ୟ ୬ ଜଣ ଗୁରୁତର ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆ ଯାଉ ଖାଇ ୨ ଜଣଙ୍କର ମୃତ୍ୟୁ ଅଭିଯୋଗ ହୋଇଛି । ଅନ୍ୟ ୬ ଜଣ ଏବେ ଗୁରୁତର ଥିବା ଗ୍ରାମବାସୀଙ୍କ ପକ୍ଷରୁ ସୂଚନା ରହିଛି । ତେବେ ବ୍ରାହ୍ମଣୀଗାଁ ସ୍ୱାସ୍ଥ୍ୟ କେନ୍ଦ୍ରରେ ଗୁରୁତରଙ୍କ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ମୃତକ ଦୁଇ ଜଣଙ୍କ ମଧ୍ୟରୁ ଜଣେ ମହିଳାଙ୍କର ବ୍ରାହ୍ମଣୀଗାଁ ସ୍ୱାସ୍ଥ୍ୟକେନ୍ଦ୍ରରେ ମୃତ୍ୟୁ ହୋଇଥିବା ବେଳେ ବ୍ରହ୍ମପୁର ସ୍ଥାନାନ୍ତର ବେଳେ ଆମ୍ବୁଲାନ୍ସରେ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି ।

You Can Read:

ଲଗାଣ ବର୍ଷାରେ ଭିଜିଲା ଟ୍ବିନ୍‌ସିଟି, ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଥିଲା ପାଣିପାଗ ବିଭାଗ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.