ଭୁବନେଶ୍ୱର ୧୫/୦୨: ରାଜ୍ୟର ୨୧ ହଜାର ୪୮୬ ଅଙ୍ଗନବାଡ଼ି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ । ୩୧ ହଜାର ୪୫୬ ଅଙ୍ଗନବାଡ଼ି କେନ୍ଦ୍ରରେ ବିଦ୍ୟୁତ ସଂଯୋଗ ନାହିଁ । ସେହିପରି ୪୭ ହଜାର ୭୩୭ ଅଙ୍ଗନବାଡ଼ି କେନ୍ଦ୍ରରେ ନାହିଁ ପାଚେରୀ । ବିଧାନସଭାରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏନେଇ ଲିଖିତ ଉତ୍ତର ରଖିଛନ୍ତି।
ରାଜ୍ୟରେ ମୋଟ ୭୪ ହଜାର ୧୯୨ ଅଙ୍ଗନବାଡ଼ି କେନ୍ଦ୍ର ରହିଥିବା ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଅଙ୍ଗନବାଡି କେନ୍ଦ୍ରର ଭିତ୍ତିଭୂମି ବିକାଶ ନେଇ ପ୍ରଶ୍ନ କରିଥିଲେ ବିଧାୟକ ଅରବିନ୍ଦ ମହାପାତ୍ର । ଭିତ୍ତିଭୂମିର ବିକାଶ ନେଇ ସରକାର କେଉଁ ପଦକ୍ଷେପ ଗ୍ରହଣ କରିଛନ୍ତି ତାହା ଜାଣିବାକୁ ଚାହିଁଥିଲେ ଅରବିନ୍ଦ ମହାପାତ୍ର । ବିଧାୟକଙ୍କ ଏହି ପ୍ରଶ୍ନର ଉତ୍ତର ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।