ଆସୁଛି ଆଉ ଏକ ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା

Published By : Prameya-News7 Bureau | September 05, 2024 IST

ଭୁବନେଶ୍ୱର ୦୫।୦୯ : ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉପକୂଳରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଗୁରୁବାର ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ  ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ  ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ  ରାଜ୍ୟରେ ବର୍ଷା ବଢ଼ିବ । ଦକ୍ଷିଣ  ଓଡ଼ିଶାରେ ଭାରୀ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

ବରିଷ୍ଠ ପାଣିପାଗ ବିଶେଷଜ୍ଞ  ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ  କହିଛନ୍ତି, ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାରେ  ୯ରୁ ୧୧ତାରିଖ ଯାଏ ପ୍ରବଳ ବର୍ଷା  ହେବ। ସେହିପରି ପାଣିପାଗ ବିଭାଗର ଆକଳନ  କହୁଛି, ୫ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି,  ବଲାଙ୍ଗୀର, ନୂଆପଡ଼ା, ରାୟଗଡ଼ା,  ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏ ସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ୭୦ରୁ   ୧୧୦ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । 

୬ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଜଗତସିଂହପୁର, କଟକ, ରାୟଗଡ଼ା,  କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳର କିଛି ସ୍ଥାନରେ  ପ୍ରବଳ ବର୍ଷା ହୋଇପାରେ । ୭ ଓ ୮ ତାରିଖରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । 

ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ପଶୁପାଳକଙ୍କ ପୂର୍ବାନୁମାନ ଅନୁସାରେ, ଲଘୁଚାପ ସୃଷ୍ଟି ପରେ ଏହା ଉତ୍ତର ଦିଗରେ ଗତି କରିବ। କ୍ରମଶଃ ଏହା ଓଡ଼ିଶା ଉପରେ ପ୍ରଭାବ ପକାଇବ। ୧୦ ତାରିଖ ସୁଦ୍ଧା ଏହା ପଶ୍ଚିମବଙ୍ଗ ଓ ବାଲାଂଦେଶ ଉପକୂଳରେ  ପହଞ୍ଚିବ । ୯, ୧୦ ଓ ୧୧ ତାରିଖରେ ରାୟଗଡ଼ା, ମାଲକାନଗିରି,  କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ାରେ ଭାରୀ ବର୍ଷା ହେବ । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା ଓ  ଭଦ୍ରକରେ ସବୁଠୁ କମ୍‌ ବର୍ଷା ହେବ । ଲଘୁଚାପ ପରେ ୭ଦିନ  ଯାଏ ବିଶେଷ ବର୍ଷା ହେବନି । ଏଥିପାଇଁ ଧାନ କ୍ଷେତରେ ପାଣି ବାନ୍ଧି ରଖିବାକୁ ସେ ପରାମର୍ଶ ଦେଇଛନ୍ତି ।

ଦକ୍ଷିଣ ଭାରତରେ ବର୍ଷା ବିତ୍ପାତ, ଆନ୍ଧ୍ର ଓ ତେଲଙ୍ଗାନାରେ ୧୯ ମୃତ, ୧୪୦ ଟ୍ରେନ୍ ବାତିଲ୍

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.