ପୁରୀ ୦୪।୧୧: ମେଘନାଦ ପାଚେରୀର ଏକାଧିକ ସ୍ଥାନରେ ଫାଟ ସୃଷ୍ଟି ହୋଇ ପାଣି ଗଳିବା ପ୍ରସଙ୍ଗ। ଖବର ପ୍ରସାରଣ ପରେ ଆକ୍ସନ ମୁଡ୍କୁ ଆସିଛି ଏଏସଆଇ। ଘଟଣାକୁ ଗୁରୁତର ନେଇ ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ଲେଖିଲା ଏଏସଆଇ ।
ମେଘନାଦ ପାଚେରୀର ପୂର୍ବ, ପଶ୍ଚିମ ଓ ଉତ୍ତର କୋଣରୁ ପାଣି ଝରୁଛି। ଶ୍ରୀମନ୍ଦିର ଭିତରର ବିଭିନ୍ନ ଜାଗାର ଦୁର୍ବଳ ଡ୍ରେନେଜ୍ ବ୍ୟବସ୍ଥା, ହାତଧୁଆ ପାଣି ଓ ଏବଂ ପାଣି ପାଇପ୍କୁ ଶୀଘ୍ର ମରାମତି କରିବାକୁ ଏଏସଆଇ ମନ୍ଦିର ପ୍ରଶାସନକୁ କହିଛି। ପ୍ରାଚୀନ କୀର୍ତ୍ତୀରାଜି ମେଘନାଦ ପାଚେରୀର ସୁରକ୍ଷା ପାଇଁ ବିହୀତ ପଦକ୍ଷେପ ଗ୍ରହଣ କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି ।