ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ, ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଚାଲିଛି ରେଡ୍‌

Published By : Prameya-News7 Bureau | September 11, 2024 IST

ଭଞ୍ଜନଗର ୧୧।୦୯ : ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଭଞ୍ଜନଗର ଜଳ ସଂପଦ ବିଭାଜନ ସହକାରୀ ଯନ୍ତ୍ରୀ ଇଂ. ପ୍ରସନ୍ନ କୁମାର ସ୍ୱାଇଁଙ୍କ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି । ଗଞ୍ଜାମ, ଗଜପତି ଓ କନ୍ଧମାଳ ଆଦି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ଏକକାଳୀନ ଚଢ଼ାଉ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଜଳ ସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ  ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି । ବୁଧବାର ସକାଳୁ ସକାଳୁ ଫୁଲବାଣୀ ଓ ବ୍ରହ୍ମପୁରର ଭିଜିଲାନ୍ସ ଟିମ୍‌ ଚଢାଉ ଜାରି ରଖିଛି ।ତେବେ ଚଢାଉ ହେଉଥିବା ସ୍ଥାନ ମଧ୍ୟରେ ଅଫିସ, ପୈତୃକ ଘର ଏବଂ ସଂପର୍କୀୟଙ୍କ ଘର ରହିଛି ।  ଦୀର୍ଘ ଦିନ ଧରି ପ୍ରସନ୍ନ ସ୍ୱାଇଁ ଭଞ୍ଜନଗର ଜଳସମ୍ପଦ ବିଭାଗରେ ସହକାରୀ ଯନ୍ତ୍ରୀ ଭାବେ କାର୍ଯ୍ୟ କରିବା ସହ କିଛି ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଅତିରିକ୍ତ ଦାୟିତ୍ୱ ତୁଲାଇ ଆସିଛନ୍ତି । ତେବେ ବର୍ତ୍ତମାନ ଯାଏଁ କେତେ ପରିମାଣର ସମ୍ପତି ଜବତ ହୋଇଛି । ତାହା ସ୍ପଷ୍ଟ ହୋଇନାହିଁ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.