ଖଲ୍ଲିକୋଟ ୦୫।୦୮ : ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ମାଟିଆ ସାହି ଛକରେ ଯୁବକଙ୍କୁ ଆକ୍ରମଣ । ଏକ ଧାରୁଆ ଅସ୍ତ୍ରରେ ଯୁବକଙ୍କୁ ଆକ୍ରମଣ ହୋଇଛି । ଯେଉଁଥିରେ ଯୁବକ ସିଲୁ ପାହାନ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ଯୁବକଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, ଖଲ୍ଲିକୋଟ ମାଟିଆ ସାହି ଛକରେ ଯୁବକ ସିଲୁ ପାହାନଙ୍କୁ ଦୁର୍ବୃତ୍ତମାନେ ଆକ୍ରମଣ କରିଛନ୍ତି । ଦୁର୍ବୃତ୍ତମାନେ ଧାରୁଆ ଅସ୍ତ୍ରରେ ସିଲୁଙ୍କ ମୁଣ୍ଡ, ବେକ ଓ ହାତକୁ ହାଣିଛନ୍ତି । ଯାହାଫଳରେ ସିଲୁ ଗୁରୁତର ହୋଇଥିଲେ । ଏହାପରେ ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରିଥିଲେ । ହେଲେ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଅନ୍ୟପଟେ ଆକ୍ରମଣ ସଂପର୍କରେ ପୋଲିସ ଖବର ପାଇ ସ୍ଥାନୀୟ ପୋଲିସ ଘଟଣାର ଛାନ୍ଭିନ୍ ଆରମ୍ଭ କରିଛି ।