ଏପ୍ରିଲ୍‌ ପହିଲାରୁ ଲାଗୁ ହେବ ‘ଆୟୁଷ୍ମାନ ଭାରତ’ ଯୋଜନା, ଜାଣନ୍ତୁ କ'ଣ ସବୁ ରହିଛି ସୁବିଧା

Published By : Prameya-News7 Bureau | March 13, 2025 IST

ଭୁବନେଶ୍ୱର ୧୩।୦୩ : ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଆସନ୍ତା ଏପ୍ରିଲ ପହିଲା ଦିନଠୁ ସାରା ରାଜ୍ୟରେ ଏହି ଯୋଜନାର ଶୁଭାରମ୍ଭ ହେବ । ଏହା ସହିତ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ ସେହିଦିନ ଶୁଭାରମ୍ଭ ହେବ। 

୭୦ ବର୍ଷରୁ ଅଧିକ ବୟସ୍କ ଲୋକ ଥିଲେ ପରିବାର ପିଛା ସର୍ବାଧିକ ଚିକିତ୍ସା ସୁବିଧା ୧୫ ଲକ୍ଷ ଟଙ୍କା ମିଳିବ। ସମୁଦାୟ ୩.୫୨ କୋଟି ଲୋକ ଉପକୃତ ହେବେ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଯୋଜନାର ଶୁଭାରମ୍ଭ ପାଇଁ ରାଜ୍ୟର ସମସ୍ତ ୧ହଜାର ୪୩୮ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଯୋଜନାର ପ୍ରଚାର ଓ ପ୍ରସାର ପାଇଁ ବ୍ୟାପକ ସଚେଚନତା ଅଭିଯାନ ଆରମ୍ଭ କରାଯିବ । ଆୟୁଷ୍ମାନ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓଡ଼ିଶାରେ କାର୍ଯ୍ୟକାରୀ ପାଇଁ ଜାନୁଆରୀ ୧୩ ତାରିଖରେ ନୂଆଦିଲ୍ଲୀ ଠାରେ ଜାତୀୟ ସ୍ୱାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସହିତ ରାଜ୍ୟ ସରକାରଙ୍କ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଥିଲା । 

ଯୋଜନାରେ ରାଜ୍ୟର ୧ କୋଟି ୩ ଲକ୍ଷରୁ ଅଧିକ ପରିବାର ଉପକୃତ ହେବେ । ବ୍ୟକ୍ତିଗତ ଭାବେ ୩.୪୬ କୋଟିରୁ ଅଧିକ ଲୋକ ଉପକୃତ ହେବେ। ଏହି ଦୁଇଟି ଯୋଜନା ଓଡ଼ିଶାରେ ସଂଯୁକ୍ତ ଭାବରେ କାର୍ଯ୍ୟକାରୀ କରାଯିବ । ଦୁଇଟି ଯୋଜନା ପାଇଁ ପ୍ରତ୍ୟେକ ହିତାଧିକାରୀଙ୍କୁ ଗୋଟିଏ କାର୍ଡ ଯୋଗାଇ ଦିଆଯିବ। ବୟୋବନ୍ଦନା ଯୋଜନାରେ ହିତାଧିକାରୀମାନେ ଅଲଗା ଏକ ସ୍ୱତନ୍ତ୍ର କାର୍ଡ ପାଇବେ । ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ୮୦ ହଜାରରୁ ଅଧିକ ପରିବାର ଉପକୃତ ହେବାକୁ ଥିବାବେଳେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ ।

 

  • CM Mohan Majhi
  • CMO
  • prameyanews7
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.