ବଡ଼ଓଷାରେ ଧବଳେଶ୍ଵର ପୀଠ ଲୋକାରଣ୍ୟ, ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ମହାଦେବ

Published By : Prameya-News7 Bureau | November 13, 2024 IST

ଆଠଗଡ ୧୩/୧୧: ମହା କାର୍ତ୍ତିକ ମାସର ସବୁଠାରୁ ବଡ଼ ପର୍ବ ବଡଓଷା । ଏଥିପାଇଁ ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ପ୍ରଭୁ ଶ୍ରୀ ଶ୍ରୀ ଧବଳେଶ୍ଵରଙ୍କ ପୀଠ ଆଜି ଲୋକାରଣ୍ୟ । ବିଶ୍ୱପ୍ରସିଦ୍ଧ ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର । ରାତ୍ର ୩ଟରେ ପହଡ଼ ଖୋଲାଯାଇ ସମସ୍ତ ପ୍ରକାର ନିତିକାନ୍ତି ସରିବା ପରେ ସାଧାରଣ ଦର୍ଶନ ନିମନ୍ତେ ଦ୍ଵାରଫିଟା ଯାଇଥିଲା। 

ହଜାର ହଜାର ଶ୍ରଦ୍ଧାଳୁ ମାନଙ୍କ ମଧ୍ୟରେ ପୀଠରେ ଚାଲିଛି ଶୃଙ୍ଖଳିତ ଦର୍ଶନ। ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ଲାଗି ହେବ ବାବା ଧବଳେଶ୍ବରଙ୍କର ଅତିପ୍ରିୟ ଭୋଗ ଗଜଭୋଗ ଓ ତରଣ। ସୁରକ୍ଷା ସହ ଶାନ୍ତିଶୃଙ୍ଖଳାର ସହ ଦର୍ଶନ ପାଇଁ ବ୍ୟାପକ ପୋଲିସ ଫୋର୍ସ । ଆସନ୍ତୁ ଦେଖିବା କଣ କହୁଛନ୍ତି ଶ୍ରଦ୍ଧାଳୁ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.