ସୋମବାର ମହାପ୍ରଭୁଙ୍କ ବଳିବାମନ ବେଶ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

Published By : Prameya-News7 Bureau | September 16, 2024 IST

ପୁରୀ ୧୬।୦୯ : ରବିବାର ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସମ୍ପର୍ଣ୍ଣ ହେବା ପରେ ଆଜି ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ ହେବ ।ବାମନ ରୂପୀ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ। 

ଶ୍ରୀବଳଭଦ୍ର ରାଜବେଶ ଧାରଣ କରିବାକୁ ଥିବା ବେଳେ ଦେବୀ ସୁଭଦ୍ରା ସାଧାରଣ ବେଶରେ ସଜ୍ଜିତ ହେବେ। ଶ୍ରୀମନ୍ଦିରରେ ଦ୍ବିପହର ଧୂପ ସରିବା ପରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ବାମନ ବେଶରେ ସଜ୍ଜିତ କରାଯିବ। ଏହି ବେଶ ବଡ଼ସିଂହାର ପୂଜା ପର୍ଯ୍ୟନ୍ତ ରହିବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସ୍ଵର୍ଣ୍ଣ ଅଳଙ୍କାର ବିଭୂଷିତ କରାଯିବ। ମହାପ୍ରଭୁ ବିଷ୍ଣୁ ପଞ୍ଚମ ଅବତାରରେ ବାମନ ରୂପ ନେଇ ବଳି ମହାରାଜଙ୍କୁ ପାତାଳରେ ଚାପି ଦେଇଥିଲେ। ତେଣୁ ସେହି ସ୍ମୃତିକୁ ବହନ କରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଏହି ବଳିବାମନ ବେଶ ଶହ ଶହ ବର୍ଷ ଧରି ଅନୁଷ୍ଠିତ ହୋଇଆସୁଛି।

 

  • puri
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.