ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି : ସନ୍ଧ୍ୟା ୬ଟାରୁ ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ

Published By : Prameya-News7 Bureau | July 24, 2024 IST

ପୁରୀ ୨୪।୭: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ସ୍ୱତନ୍ତ୍ର ନୀତି ବଢ଼ିଥାଏ । ବନକଲାଗି ନୀତି ସମୟରେ ଠାକୁରଙ୍କ ଦର୍ଶନ କଟକଣା ରହିବ । ସନ୍ଧ୍ୟା ୬ଟାରୁ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଦତ୍ତମହାପାତ୍ର ମାନେ ଗର୍ଭ ଗୃହରେ ପ୍ରବେଶ କରି ଶ୍ରୀମୁଖ ସିଂହାର କରିବେ । ଏହି ନୀତିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କ ମଧ୍ୟ ଭୂମିକା ରହିଥାଏ । ବନକଲାଗି ନୀତି ପରେ ମହାସ୍ନାନ ହୋଇ ଦର୍ଶନ ସ୍ୱାଭାବିକ ଚାଲିବ । ବୁଧବାର ଠାକୁରଙ୍କ ନୀତିକୁ ନେଇ ବନକଲାଗି ଓ ଦର୍ଶନ ସମୟ ଧାର୍ଯ୍ୟ ହେବ ।

You Can Read:

ଗଛରେ ପିଟିହେଲା କାର୍ : ଦୁର୍ଘଟଣାରେ ୨ ଗୁରୁତର, ଜଣେ ଆହତ

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.