ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୫ଟାରୁ ରାତି ୧୦ ଯାଏଁ ଦର୍ଶନ ବନ୍ଦ

Published By : Prameya-News7 Bureau | February 18, 2025 IST

ପୁରୀ ୧୮।୧୦୨ :  ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି (ଶ୍ରୀମୁଖସିଂହାର)  ଅନୁଷ୍ଠିତ ହେବ ବୋଲି ସୂଚନା ରହିଛି । ଏହି ନୀତି ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ। ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ନୀତି ହେବ ।

ସାଧାରଣତଃ ଅପରାହ୍ଣର ସନ୍ଧ୍ୟା ସମୟରେ ଏହି ନୀତି ହୋଇଥାଏ । ଦତ୍ତମହାପାତ୍ର ସେବକମାନେ ଦାରୁଦିଅଁଙ୍କ ବନକଲାଗି ସେବା କରିବେ । ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର  ଶ୍ରୀବୃଦ୍ଧି ଘଟିଥାଏ । ବନକଲାଗି ପରେ ମହାସ୍ନାନ ପୂଜା ବଢ଼ି ପୁନଃ ଦର୍ଶନ ଆରମ୍ଭ ହେବ । ଠାକୁରଙ୍କ ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଁଥ ଅଠା, କସ୍ତୁରୀ ଓ କଳା ଆଦି ଆବଶ୍ୟକ ହୋଇଥାଏ । ସେହି ଦିନର ଠାକୁରଙ୍କ ନୀତି ଅନୁସାରେ ବନକଲାଗି ଓ ଦର୍ଶନ କଟକଣା ସମୟ ସ୍ଥିର ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.