ଭୁବନେଶ୍ବର ୭।୧୨: ରାଜ୍ୟରେ ବଢୁଛି ମଦ ବିକ୍ରି । ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମନ୍ତ୍ରୀଙ୍କ ଉତ୍ତର ଅନୁଯାୟୀ, ଗତ ବର୍ଷ ୨୦୨୨-୨୩ରେ ୫ କୋଟି ୮୩ ଲକ୍ଷ ୪୪ ହଜାର ବିଦେଶୀ ମଦ ବିକ୍ରି ହୋଇଥିବା ବେଳେ ୨୦୨୩-୨୪ରେ ୫ କୋଟି ୮୮ ଲକ୍ଷ ୮୫ ହଜାର ବିଦେଶୀ ମଦ ବିକ୍ରି ହୋଇଛି ।
ସେହିପରି ୨୦୨୨-୨୩ରେ ୧୨ କୋଟି ୯ ଲକ୍ଷ ୬୭ ହଜାର ବଲକ ଲିଟର ବିକ୍ରି ହୋଇଥିବା ବେଳେ ୨୦୨୩-୨୪ରେ ଏହା ବଢି ୧୫ କୋଟି ୩୫ ଲକ୍ଷ ୭୨ ହଜାର ବଲକ ଲିଟର ବିକ୍ରି ହୋଇଛି । ସେହିପରି ଦେଶୀ ମଦର ମଧ୍ୟ ବଢିଛି ଚାହିଦା । ୨୦୨୨-୨୩ରେ ୮୪ ଲକ୍ଷ ୩୭ ହଜାର ଲିଟର ଦେଶୀ ମଦ ବିକ୍ରି ହୋଇଥିବା ବେଳେ ୨୦୨୩-୨୪ରେ ୯୮ ଲକ୍ଷ ୪୩ ହଜାର ଲିଟର ମଦ ବିକ୍ରି ହୋଇଛି
ସେହିପରି ଅବକାରୀ ରାଜସ୍ୱ ମଧ୍ୟ ବଢି ୨୦୨୩-୨୪ରେ ୭ ହଜାର ୨୧୬ କୋଟି ୯୯ ଲକ୍ଷରେ ପହଞ୍ଚିଛି ।
ବରଗଡ଼ ଜିଲ୍ଲାରୁ ଆସିଛି ସର୍ବାଧିକ ୧୨୪ କୋଟି ୯୯ ଲକ୍ଷର ଅବକାରୀ ରାଜସ୍ୱ । ଦ୍ୱିତୀୟରେ ରହିଛି ଗଞ୍ଜାମ ଜିଲ୍ଲା ଯେଉଁଠି ୯୬ ଲକ୍ଷ ୧୦ କୋଟି ଟଙ୍କାର ଅବକାରୀ ରାଜସ୍ୱ ଆସିଛି ।
You Can Read:
ଲିଙ୍ଗରାଜ ମନ୍ଦିରରେ ନୀତି ବିଭ୍ରାଟ : ଅଧିବାସ ପୂଜା ନୀତି ନକରାଇ ଦେବା ଯୋଗୁଁ ଦିନକ ପାଇଁ ମନ୍ଦିରରେ ନୀତି ବନ୍ଦ