ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଅସୁସ୍ଥ : ହସ୍ପିଟାଲରେ ଭର୍ତ୍ତି

Published By : Prameya-News7 Bureau | April 11, 2024 IST

ବ୍ରହ୍ମପୁର ୧୧।୪: ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଅସୁସ୍ଥ । ଚିକିତ୍ସା ପାଇଁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି । ଗୁରୁବାର ସକାଳୁ ହଠାତ ଅସୁସ୍ଥ ଅନୁଭବ କରିଥିଲେ ଚନ୍ଦ୍ରଶେଖର । ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହସ୍ପିଟାଲ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ 5-T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ । ତାଙ୍କ ସହ ସାଂସଦ ମାନସ ମଙ୍ଗରାଜ, ସାଂସଦ ସସ୍ମିତ ପାତ୍ର ଏବଂ ଭୁବନେଶ୍ଵର ଉତ୍ତର ବିଧାୟକ ସୁଶାନ୍ତ ରାଉତ ମଧ୍ୟ ହସ୍ପିଟାଲରେ ଉପସ୍ଥିତ ଥିଲେ ।

You Can Read :

ଅଗ୍ନିକାଣ୍ଡରେ ଜଳିଗଲା ୧୦ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.