ଭଦ୍ରକ: ସମ୍ବିଧାନ ପ୍ରଣେତା ବାବା ସାହେବ ଆମ୍ବେଦକରଙ୍କୁ ଅପମାନ କରାଯାଇଥିବା ଅଭିଯୋଗରେ ଭଦ୍ରକ ଜିଲ୍ଲା କଂଗ୍ରେସ କମିଟି ବିକ୍ଷୋଭ ପ୍ରଦର୍ଶନ କରିବା ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛି । ଜିଲ୍ଲାପାଳଙ୍କ ମାଧ୍ୟମରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟ ଦାବିପତ୍ର ପ୍ରଦାନ କରାଯାଇଛି । ଆମ୍ବେଦକରଙ୍କ ଅପମାନ ଘଟଣାରେ ଅମିତ ଶାହଙ୍କ ଇସ୍ତଫା ଦାବି କରିଛି କଂଗ୍ରେସ ।
ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରୁ ଜିଲ୍ଲାର ସମସ୍ତ ବ୍ଲକରୁ ଆସିଥିବା ନେତୃତ୍ଵଙ୍କ ସହ କର୍ମୀମାନେ ସହରରେ ଶୋଭାଯାତ୍ରା କରିଥିଲେ। ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ନାରାବାଜି ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।ଏହା ପରେ ଜିଲ୍ଲାପାଳଙ୍କୁ ଭେଟି ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଥିଲେ।