ଭୁବନେଶ୍ବର: ବିଧାନସଭାରେ ଉନ୍ମୋଚିତ ହୋଇଛି ଭାଷା ଆଇନ ପୁସ୍ତକ। ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ବିଧାନସଭାରେ ଏହି ‘ଭାଷା ଆଇନ" ଶୀର୍ଷକ ପୁସ୍ତକ ଉନ୍ମୋଚନ କରିଛନ୍ତି।
ଏହି ପୁସ୍ତକରେ, ୧୯୪୮ମସିହାରେ ପ୍ରସ୍ତାବିତ ଭାଷା ଆଇନ ଆଲୋଚନା ଠାରୁ ଆରମ୍ଭ କରି ୧୯୫୪ଭାଷା ଆଇନ ପାରିତ ହେବା ପର୍ଯ୍ୟନ୍ତ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ବିଧାନସଭାରେ ଭାଷା ଆଇନ ୨୦୧୮ର ସଂଶୋଧନ ପର୍ଯ୍ୟନ୍ତ ବିଧାନସଭାରେ ହୋଇଥିବା ସମସ୍ତ ଆଲୋଚନା ଓ ତଥ୍ୟ ସ୍ଥାନିତ ହୋଇଛି।
ଆହୁରି ପଢ଼ନ୍ତୁ: ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ, ସମ୍ମାନିତ ହେଲେ ବିଶିଷ୍ଟ କବୟିତ୍ରୀ ଡଃ ଗାୟତ୍ରୀବାଳା ପଣ୍ଡା
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘‘ଭାଷାର ଉନ୍ନତି ପାଇଁ ଆମେ ପ୍ରତିଶୃତିବଦ୍ଧ । ଓଡ଼ିଆ ଭାଷା ସୁରକ୍ଷା ପାଇଁ ଏବଂ ଆଗାମୀ ପିଢ଼ି ପାଇଁ ବୈଷୟିକ ଜ୍ଞାନ କୌଶଳର ପ୍ରୟୋଗରେ ଏ କ୍ଷେତ୍ରରେ ନୂତନ ସମ୍ଭାବନା ସୃଷ୍ଟି କରିବା ଉଦ୍ଦେଶ୍ୟରେ ସରକାରୀ ସ୍ତରରେ ଉଦ୍ୟମ ଜାରି ରହିଛି।’’ ସେ ଆହୁରି କହିଛନ୍ତି ଏହାଦ୍ଵାରା ସମସ୍ତ ଭାଷାଭାଷୀ ଅଞ୍ଚଳ ଗୋଟିଏ ସୁତ୍ରରେ ବାନ୍ଧି ହୋଇ ଓଡ଼ିଶାର ବିକାଶରେ ଭାଗିଦାରୀ ହେବେ।’’ ପୁସ୍ତକଟି ଭାଷା ଆନ୍ଦୋଳନର ଆବାହକ ପବିତ୍ର ମହରଥାଙ୍କ ଦ୍ଵାରା ସମ୍ପାଦିତ ଓ ଶବ୍ଦସ୍ପର୍ଶ ପ୍ରକାଶନୀ ସଂସ୍ଥା ଦ୍ୱାରା ପ୍ରକାଶିତ ହୋଇଛି।