ପର୍ଯ୍ୟଟକଙ୍କ ପାଇଁ ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ, ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ବନ୍ଦ ଥିଲା

Published By : Prameya-News7 Bureau | July 29, 2025 IST

ପଟ୍ଟାମୁଣ୍ଡାଇ ୨୯।୭: ସାଧାରଣ ପର୍ଯ୍ୟଟକଙ୍କ ପାଇଁ ଅଗଷ୍ଟ ୧ ତାରିଖରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ଭିତରକନିକାର ବଉଳା କୁମ୍ଭୀର ପର୍ପ୍ୟଟକଙ୍କ ପାଇଁ ଆକର୍ଷଣର କେନ୍ଦ୍ରବିନ୍ଦୁ ହୋଇଥିବା ବେଳେ ଏହି ବିରଳ ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ଗତ ମେ’ ପହିଲାରୁ ଜୁଲାଇ ୩୧ ତାରିଖ ଦୀର୍ଘ ୩ ମାସ ଯାଏଁ ଭିତରକନିକା ଜାତୀୟ ଉଦ୍ୟାନକୁ ବନ୍ଦ କରାଯାଇଥିଲା । ଏହି ପ୍ରକ୍ରିୟା ସରିବା ପରେ ସାଧାରଣ ପର୍ପ୍ୟଟକଙ୍କ ପାଇଁ ଜାତୀୟ ଉଦ୍ୟାନ ଖୋଲିବାକୁ ଯାଉଛି । 

ଚଳିତବର୍ଷ ପୂର୍ବବର୍ଷ ଭଳି ଗୁପ୍ତି, ଖୋଳା ଓ ଡାଙ୍ଗମାଳରୁ ପର୍ଯ୍ୟଟକ ମାନେ ନୌବିହାର କରିପାରିବା ସହ ରାତ୍ରିଯାପନ କରିପାରିବେ । ଭିତରକନିକାରେ ପର୍ଯ୍ୟଟକଙ୍କ ଭ୍ରମଣଲାଗି ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ନେଇ ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି ।

You Can Read:

ଡବଲ୍ ମର୍ଡର : ମାଟି ତଳୁ ସ୍ତ୍ରୀ ଓ ଶାଶୁଙ୍କ ମୃତଦେହ ଉଦ୍ଧାର, ଅଭିଯୁକ୍ତ ସ୍ଵାମୀ ଗିରଫ


  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.