ଭୁବନେଶ୍ବର ୬।୧୧: ୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ କାମ । ଏ ନେଇ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷଙ୍କ ସୂଚନା ପ୍ରଦାନ କରିଛନ୍ତି । ଭୂମି ଠାରୁ ୧୩ ମିଟର ଉଚ୍ଚରେ ଯିବ ମେଟ୍ରୋ ଟ୍ରେନ୍ । ରାଜମହଲ, ଜୟଦେବ ବିହାର ଓ ବାରଙ୍ଗରେ ଉଚ୍ଚତା ଅଧିକ ରହିବ । ପ୍ରତି ୧୦ ମିନିଟ ବ୍ୟବଧାନରେ ଚାଲିବ ମେଟ୍ରୋ ଟ୍ରେନ୍ ।
୩ କୋଚ୍ ବିଶିଷ୍ଟ ୧୩ଟି ମେଟ୍ରୋ ଟ୍ରେନ୍ କିଣିବାକୁ ଯୋଜନା ରହିଛି । ଏବେ ମେଟ୍ରୋ ପ୍ରକଳ୍ପ ପାଇଁ ଚାଲିଛି ମାଟି ପରୀକ୍ଷା । ୫୦/୬୦ ଫୁଟ ତଳୁ ମାଟି ନେଇ ଲ୍ୟାବ୍ରେ ପରୀକ୍ଷା ହେଉଛି । ମାଟି ପରୀକ୍ଷା ସରିବା ପରେ ଫାଉଣ୍ଡେସନ କାମ ଆରମ୍ଭ ହେବ ।
You Can Read:
ସନ୍ଧ୍ୟା ସୁଦ୍ଧା ବିଭିନ୍ନ ଜିଲ୍ଲାକୁ ଅନଲାଇନରେ ପଠାଯିବ ବାତ୍ୟା ‘ଦାନା’ କ୍ଷୟକ୍ଷତି ଟଙ୍କା : ସୁରେଶ ପୂଜାରୀ