ବାଇକ୍-ପିକ୍‌ଅପ୍‌ ଭ୍ୟାନ୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ଚାଲିଗଲା ଦୁଇ ଜଣଙ୍କ ଜୀବନ

Published By : Prameya-News7 Bureau | March 12, 2025 IST

ବୌଦ୍ଧ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଇକ୍-ପିକ୍‌ଅପ୍‌ ଭ୍ୟାନ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବୌଦ୍ଧ ଆଦର୍ଶ ଥାନା ଅନ୍ତର୍ଗତ ଭେଜିମାଲ ନିକଟରେ ଦୁର୍ଘଟଣା ଘଟିଛି । ମୃତକ ଜଗତି ଗ୍ରାମର ନିତ୍ୟାନନ୍ଦ ଜଟି ଓ ନକୁଆନାଳି ଗ୍ରାମର ଲକି ସ୍ୱାଇଁ । ଘଟଣାସ୍ଥଳରେ ଆଦର୍ଶ ଥାନା ପୋଲିସ ତଦନ୍ତ ଜାରି ରଖିଛି । 

ସୂଚନାଯୋଗ୍ୟ ଯେ, ଜଗତି ଗ୍ରାମର ନିତ୍ୟାନନ୍ଦ ଜଟି ଓ ନକୁଆନାଳି ଗ୍ରାମର ଲକି ସ୍ୱାଇଁ ଗୋଟିଏ ବାଇକ୍ ଯୋଗେ ବୌଦ୍ଧ ପଟକୁ ଆସୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ପିକ୍‌ଅପ୍‌ ଗାଡ଼ି ସହିତ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ଦୁଇ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଉଭୟଙ୍କୁ ଆମ୍ବୁଲାନ୍ସ ଯୋଗେ ଉଦ୍ଧାର କରି ବୌଦ୍ଧ ମେଡିକାଲରେ ଭର୍ତ୍ତି କରାଯାଇଛି । 

ତେବେ କେଉଁ କାରଣରୁ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ସେ ନେଇ ଏ ପର୍ଯ୍ୟନ୍ତ ସ୍ପଷ୍ଟ ଭାବରେ ଜନପଡ଼ିନଥିବା ବେଳେ ଘଟଣାସ୍ଥଳରେ ଆଦର୍ଶ ଥାନା ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି । ସେପଟେ ଦୁର୍ଘଟଣା ଘଟାଇ ପିକ୍‌ଅପ୍‌ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ମାରିଥିବା ସୂଚନା ମିଳିଥିବା ବେଳେ ଗାଡ଼ିଟିକୁ ପୋଲିସ ଜବତ କରି ତଦନ୍ତ ଜାରି ରଖିଛି ।

You Can Read:

ଜେଜେଙ୍କ ଦଶାହରେ ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ନାତି, ଉଦ୍ଧାର ହେଲା ମୃତଦେହ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.