ମା’ ତାରାତାରିଣୀ ମନ୍ଦିରରେ ଅନୁଧ୍ୟାନ କଲେ ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ଚୋରି ଘଟଣାରେ ସମ୍ପୃକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି

Published By : Prameya-News7 Bureau | November 06, 2024 IST

ବ୍ରହ୍ମପୁର ୬।୧୧: ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଶକ୍ତି ପୀଠ, ଆରାଧ୍ୟା ଦେବୀ ମା’ ତାରାତାରିଣୀ ପୀଠରୁ ଚୋରି ହେବା ଘଟଣାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜେଡିର ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ବୁଧବାର ସନ୍ଧ୍ୟାରେ ମନ୍ଦିର ଗସ୍ତ କରିଥିଲେ । ମନ୍ଦିରରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି । ଟିମ୍ରେ ପୂର୍ବତନ ସାଂସଦ ଚନ୍ଦ୍ର ଶେଖର ସାହୁ, ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ଡାକ୍ତର ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ସୂର୍ଯ୍ୟମଣୀ ବୈଦ୍ୟ ପ୍ରମୁଖ ସାମିଲ ଥିଲେ । ଘଟଣାରେ ସମ୍ପୃକ୍ତ ଦୁର୍ବୃତ୍ତଙ୍କୁ ତୁରନ୍ତ ଗିରଫ କରିବା ସହ ମନ୍ଦିରର ଆନୁସଙ୍ଗିକ ସୁବିଧା ପାଇଁ ବିହିତ ପଦକ୍ଷେପ ଗ୍ରହଣ କରିବାକୁ ଟିମ୍‌ ଦାବି କରିଛି ।


ସେପଟେ ଘଟଣାକୁ ନେଇ ଥାନାରେ ମାମଲା ରୁଜୁ ହେବା ପରେ ପୋଲିସ ତଦନ୍ତ କରୁଥିବା ଜିଲ୍ଲାପାଳ କହିଛନ୍ତି । ମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟ ଚାଲିଛି । ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବା ସହ ସିସିଟିଭିର ମଧ୍ୟ ବ୍ୟବସ୍ଥା କରାଯିବ ବୋଲି ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା କହିଛନ୍ତି । ମନ୍ଦିରରେ ଯେଭଳି ପୂଜାନୀତିରେ ବିଭ୍ରାଟ ନଉପୁଜିବ ସେଥିପ୍ରତି ଧ୍ୟାନ ଦିଆଯାଇଛି ବୋଲି ଜିଲ୍ଲାପାଳ କହିଛନ୍ତି ।

You Can Read:

ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଖୁବ୍‌ଶୀଘ୍ର ଆରମ୍ଭ ହେବ ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’

 

 

 

 

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.