ବାଲେଶ୍ୱର ୧୪/୦୩: ଶେଷରେ ଜେଲ୍ ଗଲେ ବିଜେଡି ନେତା ରାଜା ଚକ୍ର । ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ସୋସାଇଟି ଆର୍ଥିକ ଅନିୟମିତା ମାମଲାରେ ସେ ଜେଲ୍ ଯାଇଛନ୍ତି । ଆସନ୍ତା ୧୯ ତାରିଖ ଯାଏଁ ବିଚାର ବିଭାଗୀୟ ହାଜତରେ ରହିବେ ରାଜା ଚକ୍ର । କ୍ରାଇମବ୍ରାଞ୍ଚ EOW ଆଜି ତାଙ୍କୁ ବାଲେଶ୍ୱର କୋର୍ଟରେ ହାଜର କରିଥିଲା । ଏହାପରେ ତାଙ୍କୁ ଜେଲ୍ ପଠାଯାଇଛି । ତେବେ କୋର୍ଟରେ ରାଜାଙ୍କ ରିମାଣ୍ଡ କିମ୍ବା ଜାମିନ୍ ଆବେଦନ ହୋଇନି ।
ଶୁକ୍ରବାର କୋର୍ଟରେ ହାଜର ହୋଇଥିଲେ ରାଜା ଚକ୍ର । ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଓ ଏଜେନ୍ସି ଦୁର୍ନୀତି ମାମଲାରେ ଗିରଫ ରାଜା ଚକ୍ରଙ୍କୁ ବାଲେଶ୍ବର ଓପିଆଇଡି କୋର୍ଟରେ ହାଜର କରାଯାଇଛି । ହାଜର ପରେ ରିମାଣ୍ଡରେ ଆଣିବାକୁ ଆବେଦନ କରିବ ଇଓଡବ୍ଲୁ । ବେଶ କିଛି ବର୍ଷ ଧରି ବିଜେଡି ଛତ୍ରଛାୟାରେ କଳାସାମ୍ରାଜ୍ୟ ବିଛାଇଥିଲା ରାଜା ଚକ୍ର ।
ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ହେରଫେର ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ ରାଜା । ହାଇକୋର୍ଟ ତାଙ୍କ ଆଗୁଆ ଜାମିନକୁ ଖାରଜ କରିଦେଇଥିଲେ । ଏହାସହ ରାଜାଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ମଧ୍ୟ ହଟାଇ ଦେଇଥିଲେ ହାଇକୋର୍ଟ । ଗୁରୁବାର ରାଜା ଚକ୍ରଙ୍କୁ ଗିରଫ କରିଥିଲା କ୍ରାଇବ୍ରାଞ୍ଚର ସ୍ୱତନ୍ତ୍ର ଶାଖା ଇଓଡବ୍ଲୁ ।
also read...
ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲା, ଗିରଫ ହେଲେ ରାଜା ଚକ୍ର
ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ଗିରଫ ହୋଇଛନ୍ତି ରାଜା ଚକ୍ର । ୨୦୧୭-୧୮ରୁ ମାର୍ଚ୍ଚ ୨୦୨୪ ମଧ୍ୟରେ ୧୮୫ କୋଟି ଆୟ କରିଥିଲା ଏଜେନ୍ସି । ପାରିପାର୍ଶ୍ବିକ ବିକାଶ ପାଇଁ ୩୪ କୋଟି ଖର୍ଚ୍ଚ ହୋଇଥିବା ଦେଖାଇଛନ୍ତି ରାଜା । କିନ୍ତୁ କୌଣସି ପାରିପାର୍ଶ୍ବିକ ବିକାଶ ହୋଇନଥିବା ୨ ଜଣ ବିଡିଓ କହିଛନ୍ତି । ସହାୟତା ନାଁରେ ୪ ବର୍ଷରେ ଗାଁ ଲୋକଙ୍କୁ ବଣ୍ଟା ହୋଇଛି ୩୩ କୋଟି ଟଙ୍କା ।