ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ହେବ ଶ୍ରୀମୃଖ ଶୃଙ୍ଗାର, ଝଟକିବେ କାଳିଆସାଆନ୍ତ

NEWS7
bolangir-murder--police-arrested-2-accused

ପୁରୀ ୧୧/୦୨: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ। ଏହି ବିଶେଷ ନୀତି ପାଇଁ ଅପରାହ୍ଣରେ ଭକ୍ତଙ୍କ ପାଇଁ ଦର୍ଶନ କଟକଣା ରହିବ। ଭକ୍ତମାନେ ଠାକୁରଙ୍କ ଦର୍ଶନ ପାଇବେ ନାହିଁ।ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିଲେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ।

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନରେ ବନ୍ଦ ରହିବ ସାଧାରଣ ଦର୍ଶନ

ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯିବ। ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ। ମହାପ୍ରଭୁଙ୍କର ଏହା ଗୁପ୍ତ ନୀତି ହୋଇଥିବାରୁ ସାଧାରଣ ଦର୍ଶନ ଉପରେ କଟକଣା ରଖାଯିବ। ଅପରାହ୍ଣ ସମୟରେ କିଛି ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।