Budget Session; ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତିଙ୍କ ସମ୍ବୋଧନ

Published By : Prameya-News7 Bureau | January 31, 2025 IST

ନୂଆଦିଲ୍ଲୀ: କେନ୍ଦ୍ରୀୟ ବଜେଟ୍ ୨୦୨୫-୨୬ । ଆଜିଠୁ ସଂସଦରେ ବଜେଟ୍ ଅଧିବେଶନ ଆରମ୍ଭ । ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରୁଛନ୍ତି । ସମ୍ବିଧାନ ନିର୍ମାତାଙ୍କୁ ପ୍ରମାଣ କରି ରାଷ୍ଟ୍ରପତି ନିଜର ଅଭିଭାଷଣ ଆରମ୍ଭ କରିଛନ୍ତି । ଅଧିବେଶନ ଆରମ୍ଭରୁ ମହାମହିମ ପ୍ରୟାଗରାଜ ସଙ୍ଗମ ଦଳାଚକଟାରେ ପ୍ରାଣ ହରାଇଥିବା ଶ୍ରଦ୍ଧାଳୁଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହିତ ମୃତକଙ୍କ ପରିବାର ସମବେଦନା ଜଣାଇଛନ୍ତି । ସେହିପରି ମହାକୁମ୍ଭରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏହାପରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ଅର୍ଥମନ୍ତ୍ରୀ ଡ. ମନମୋହନ ସିଂହଙ୍କ ପରଲୋକକୁ ନେଇ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମହିମହିମ ରାଷ୍ଟ୍ରପଦି ଦ୍ରୌପଦୀ ମୁର୍ମୁ । 

  • Union Budget
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.