ବୁଧବାର ରାଜ୍ୟ କ୍ୟାବିନେଟ୍‌ ଓ ମନ୍ତ୍ରୀ ପରିଷଦ ବୈଠକ, ୮ରୁ ୧୦ ପ୍ରସ୍ତାବକୁ ମିଳିପାରେ ମଞ୍ଜୁରୀ

Published By : Prameya-News7 Bureau | April 23, 2025 IST

ଭୁବନେଶ୍ୱର ୨୩।୦୪ : ଆଜି ରାଜ୍ୟ କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । ସକାଳ ୧୦ଟାରେ କ୍ୟାବିନେଟ୍ ବୈଠକ ବସିବ । ସାଢ଼େ ୧୧ଟାରେ ମନ୍ତ୍ରୀ ପରିଷଦ ବୈଠକ ବସିବ ବୋଲି ସୂଚନା ମିଳିଛି । କ୍ୟାବିନେଟ୍ ବୈଠକରେ ପ୍ରାୟ ୮ରୁ ୧୦ ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ । ମନ୍ତ୍ରୀ ପରିଷଦ ବୈଠକରେ ବିକଶିତ ଭାରତ ଓ ବିକଶିତ ଓଡ଼ିଶା ଭିଜନ୍ ନେଇ ବିସ୍ତୃତ ରିପୋର୍ଟ ଉପସ୍ଥାପନ କରାଯିବ ବୋଲି ସୂଚନା ମିଳିଛି। 

  • prameyanews7
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.