ଫେବୃଆରୀ ୧୬ରେ ସେଲିବ୍ରିଟି କ୍ରିକେଟ ଲିଗ୍ : ଖେଳିବେ ଷ୍ଟାର, ସୁପରଷ୍ଟାର

Published By : Prameya-News7 Bureau | February 12, 2025 IST

ଭୁବନେଶ୍ୱର ୧୨।୦୨ : ଫେବୃଆରୀ ୧୬ରେ ଆୟୋଜିତ ହେବାକୁ ଥିବା ସେଲିବ୍ରିଟି କ୍ରିକେଟ ଲିଗ୍ ରେ ଖେଳିବେ ଷ୍ଟାର, ସୁପର ଷ୍ଟାର । ଆଜି ଭୁବନେଶ୍ୱରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସି ସି ଏଲ ପକ୍ଷରୁ ଏହି ସୂଚନା ଦିଆଯାଇଛି ।  ବେଙ୍ଗଲ ସେଲିବ୍ରିଟି କ୍ରିକେଟ ର କଟକ ବାରବାଟୀ ହୋମ ଗ୍ରାଉଣ୍ଡ ହେବ ବୋଲି ଟିମ୍ ଓନର ବୋନି କପୁର ଘୋଷଣା କରିଛନ୍ତି ।

ବେଙ୍ଗଲର ମୁକାବିଲା ମୁମ୍ବାଇ ଷ୍ଟାର ଟିମ୍ କୁ ଭେଟିବ । ଅର୍ଜୁନ କପୂର୍, ସୋହେଲ ଖାଁ, ସୋନୁ ସୁଦ୍, ମିକା ସିଂ, ଆୟୁଷ୍ମାନ ଖୁରାନା, ରିଦେଶ ଦେଶମୁଖ, ଜାହ୍ନବୀ କପୁର ଭଳି ଷ୍ଟାର ମାନେ ଖେଳୁଥିବାର ଦର୍ଶକ ଦେଖିବେ । ଫେବୃଆରୀ ୧୧ ରୁ ବାରବାଟୀ ରେ ଟିକେଟ ମିଳିବା ଆରମ୍ଭ ହୋଇଛି । ଏହାଛଡା ରେଲୱେ ଷ୍ଟେସନ, ବିମାନ ବନ୍ଦର, ବସ ଷ୍ଟାଣ୍ଡ ରେ ବି ଟିକେଟ ମିଳିବ ।

୧୬ରେ ପଞ୍ଜାବ ଦ ଶେର ଓ ଭୋଜପୁରୀ ଦବଙ୍ଗ ଟିମ୍ ମଧ୍ୟରେ ଗୋଟିଏ ମ୍ୟାଚ । ମୁମ୍ବାଇ ହିରୋ ଏବଂ ବେଙ୍ଗଲ ଟାଇଗର୍ସଙ୍କ ମଧ୍ୟରେ ଆଉ ଗୋଟିଏ ମ୍ୟାଚ ହେବ ।  ବେଙ୍ଗଲର ମୁକାବିଲା ମୁମ୍ବାଇ ଷ୍ଟାର ଟିମ୍ କୁ ଭେଟିବ । ଅର୍ଜୁନ କପୂର୍, ସୋହେଲ ଖାଁ, ସୋନୁ ସୁଦ୍, ମିକା ସିଂ, ଆୟୁଷ୍ମାନ ଖୁରାନା, ରିତେଶ ଦେଶମୁଖ, ଜାହ୍ନବୀ କପୁର ଭଳି ଷ୍ଟାରମାନେ ଖେଳୁଥିବାର ଦର୍ଶକ ଦେଖିବେ ।

Also Read-  ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୫ ହଜାର ଶିକ୍ଷକଙ୍କ ବଢିଲା ଦରମା

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.