ପୁରୀ ୧୨।୪: ଆସନ୍ତା ୩୦ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା । ଏହିଦିନ ଠାରୁ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ବା ଜଳକ୍ରୀଡା ଆରମ୍ଭ ହେବ । ନରେନ୍ଦ୍ର ପୁଷ୍କରିଣୀରେ ନନ୍ଦା ଓ ଭଦ୍ରା ଚାପରେ ନୌକା ବିହାର କରିବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା । ମହାପ୍ରଭୁଙ୍କ ସହ ଭୂଦେବୀ, ଶ୍ରୀଦେବୀ ଓ ପଞ୍ଚୁ ପାଣ୍ଡବ ମଧ୍ୟ ନୌକା ବିହାର କରିବେ ।
ଏଥିପାଇଁ ରଥ ତତ୍ତ୍ୱାବଧାରକ ସୁଦର୍ଶନ ମେକାପ ଓ ଭୋଇ ସର୍ଦ୍ଦାର ରବି ଭୋଇଙ୍କ ତତ୍ତ୍ଵାବଧାନରେ ଶନିବାର ଚୈତ୍ର ପୂର୍ଣ୍ଣିମା ଅବସରରେ ଭୋଇ ସେବାୟତ ମାନେ ନରେନ୍ଦ୍ର ସରୋବରରୁ ଡଙ୍ଗା କାଢିଛନ୍ତି । ନନ୍ଦା ଓ ଭଦ୍ରା ଚାପରେ ବ୍ୟବହୃତ ଚାରୋଟି ଡଙ୍ଗା ସହ ବୈଜୟନ୍ତରୀ ଡଙ୍ଗାକୁ ମିଶାଇ ମୋଟ୍ ପାଞ୍ଚୋଟି ଡଙ୍ଗା କଢାଯାଇଛି । ଏହି ଡଙ୍ଗା ଗୁଡିକ ଶୁଖାଯିବା ସହ ଏହାର ଆବଶ୍ୟକୀୟ ମରାମତି କରାଯିବ ।
ଗତବର୍ଷ ଚନ୍ଦନ ଯାତ୍ରା ସରିବା ପରେ ଏହି ଡଙ୍ଗା ଗୁଡିକ ନରେନ୍ଦ୍ର ପୁଷ୍କରିଣୀରେ ବୁଡାଇ ରଖାଯାଇଥିଲା । ଶନିବାର ସକାଳୁ ୩୦ ଜଣ ଭୋଇ ସେବାୟତ ଅକ୍ଳାନ୍ତ ପରିଶ୍ରମ କରି ଏହି ପାଞ୍ଚୋଟି ଡଙ୍ଗାକୁ ପାଣି ଭିତରୁ କାଢିଛନ୍ତି ।
You Can Read:
କୋରାପୁଟ ପାଡୁଅ ପୋଲିସକୁ ସଫଳତା, ନିମ୍ବ ଚାରା ଟ୍ରକରୁ ୧୦ କୋଟିର ଗଞ୍ଜେଇ ଜବତ