ପୁରୀ ୧୦/୧୨: ଖୁବଶୀଘ୍ର ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି କାର୍ଯ୍ୟ ଆରମ୍ଭ ହେବ। ଆଜି ଅନୁଷ୍ଠିତ ହେବାକୁ ଥିବା ଛତିଶା ନିଯୋଗ ବୈଠକରେ ଏ ନେଇ ଚୁଡାନ୍ତ ନିଷ୍ପତ୍ତି ନିଆଯିବ। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ।
ତେବେ ଆସନ୍ତା ୧୬ ତାରିଖ ଠାରୁ ଶ୍ରୀଜୀଉଙ୍କ ପହିଲି ଭୋଗ ନୀତି ଆରମ୍ଭ ହେଉଥିବାରୁ ସେନେଇ ନୀତି ନିର୍ଘଣ୍ଟ ଉପରେ ବୈଠକରେ ଆଲୋଚନା ହେବ। ରତ୍ନଭଣ୍ଡାର ମରାମତି କେଉଁ ସମୟରେ ଏବଂ କେତେ ସମୟ କରାଯିବ ସେନେଇ ବୈଠକରେ ନିଷ୍ପତ୍ତି ନିଆଯିବ।
you can also read...
ଜାନୁଆରୀ ୩୧ରୁ ହେବ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଗଣତିମଣତି : ଆଇନ ମନ୍ତ୍ରୀ
ରତ୍ନଭଣ୍ଡାର ମରାମତି ସମୟରେ ଠାକୁରଙ୍କ ସେବା ପୂଜା ଓ ଭକ୍ତଙ୍କ ଦର୍ଶନରେ ଯେଭଳି କୌଣସି ଅସୁବିଧା ନହେବ ସେନେଇ ବିଶେଷ ଗୁରୁତ୍ବ ଦିଆଯିବ। ଏଥିସହ ଆସନ୍ତାବର୍ଷ ଜାନୁୟାରୀ ୧୩ ତାରିଖରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବାକୁଥିବା ଦେବାଭିଷେକ ପୂର୍ଣ୍ଣିମା ନୀତିନିର୍ଘଣ୍ଟ ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ନୀତି ନିର୍ଘଣ୍ଟ ନେଇ ମଧ୍ୟ ବୈଠକରେ ଆଲୋଚନା ହେବ।