ଆସନ୍ତା ୧୦ରେ ଛତିଶା ନିଯୋଗ ବୈଠକ, ଦେବାଭିଷେକ ପୂର୍ଣ୍ଣିମା ସହ ମକର ସଂକ୍ରାନ୍ତି ନୀତି ନିର୍ଘଣ୍ଟ ନେଇ ହେବ ଆଲୋଚନା

Published By : Prameya-News7 Bureau | December 08, 2024 IST

ଭୁବନେଶ୍ବର ୮।୧୨: ଆସନ୍ତା ୧୦ ତାରିଖ ମଙ୍ଗଳବାର ଦିନ ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଛତିଶା ନିଯୋଗର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ଆସନ୍ତା ୧୬ ତାରିଖ ଠାରୁ ଆରମ୍ଭ ହେବାକୁ ଥିବା ଶ୍ରୀଜିଉଙ୍କ ପହିଲି ଭୋଗ ନୀତି ନିର୍ଘଣ୍ଟ ଉପରେ ବୈଠକରେ ଆଲୋଚନା ହେବା ସହ ଆସନ୍ତାବର୍ଷ ଜାନୁୟାରୀ ୧୩ ତାରିଖରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବାକୁ ଥିବା ଦେବାଭିଷେକ ପୂର୍ଣ୍ଣିମା ନୀତି ନିର୍ଘଣ୍ଟ ଉପରେ ମଧ୍ୟ ଆଲୋଚନା ହେବ । ଏହାସହ ଆସନ୍ତାବର୍ଷ ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ନୀତି ନିର୍ଘଣ୍ଟ ନେଇ ମଧ୍ୟ ବୈଠକରେ ଆଲୋଚନା ହେବ । 

ସେହିପରି ରତ୍ନଭଣ୍ଡାର ମରାମତି ନେଇ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯିବା ସହ କେତେ ସମୟ ଏଏସଆଇ ରତ୍ନଭଣ୍ଡାର ମରାମତି କରିବ ସେନେଇ ବୈଠକରେ ନିଷ୍ପତ୍ତି ନିଆଯିବ । ସେପଟେ ରତ୍ନଭଣ୍ଡାର ମରାମତି ସମୟରେ ମହାପ୍ରଭୁଙ୍କ ନୀତିକାନ୍ତି ଓ ଭକ୍ତଙ୍କ ଦର୍ଶନରେ କିଭଳି ବାଧା ନଉପୁଜିବ ସେନେଇ ଶ୍ରୀମନ୍ଦିର ନୀତି ପ୍ରଶାସକ ଓ ଶ୍ରୀମନ୍ଦିର କମାଣ୍ଡରଙ୍କୁ ନେଇ ମଧ୍ୟ ପୂର୍ବ ଛତିଶା ନିଯୋଗ ବୈଠକରେ ଟିମ୍ ଗଠନ ହୋଇଥିଲା ।

You Can Read:

ଦାମୀ କାର୍‌ରୁ ପୁଳା ପୁଳା ଟଙ୍କା ଜବତ : ବ୍ରିଜ୍ ଆଣ୍ଡ ରୁଫ୍ କୋ. ଲିମିଟେଡ୍ କମ୍ପାନୀରେ ସିବିଆଇ ରେଡ଼୍

 

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.