ଅପରାହ୍ନରେ ଛତିଶା ନିଯୋଗ ବୈଠକ, ରଥଯାତ୍ରାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ହେବ ନୀତି ନିର୍ଘଣ୍ଟ

Published By : Prameya-News7 Bureau | June 24, 2024 IST

ପୁରୀ ୨୪।୬: ଜୁଲାଇ ୭ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ତେବେ ରଥଯାତ୍ରା ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ ନେଇ ସୋମବାର ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ଛତିଶା ନିଯୋଗର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । 

ଅପରାହ୍ନରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଅଧ୍ୟକ୍ଷତା କରିବେ । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସପି ପିନାକ ମିଶ୍ର, ଛତିଶା ନିଯୋଗର ସମସ୍ତ ସେବାୟତ ପ୍ରତିନିଧିଙ୍କ ସହ ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ ମାନେ ବୈଠକରେ ଉପସ୍ଥିତ ରହିବେ । ତେବେ ଏହି ବୈଠକରେ ରଥଯାତ୍ରା ଓ ବାହୁଡା଼ ଯାତ୍ରା ବ୍ୟବସ୍ଥାବଳୀକୁ ମଧ୍ୟ ଛତିଶା ନିଯୋଗ ଅନୁମୋଦନ କରିବ । 

You Can Read :

ଫେରିଲେ ଚମ୍ପାବତୀ, ଖୋଲିବ ସ୍ୱାମୀ ପ୍ରଭାକରଙ୍କ ମୃତ୍ୟୁ ରହସ୍ୟ : ପୁଅ ଏବେ କେଉଁଠି ?

 

  • odisha
  • OdishaNews
  • Ratha Yatra 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.